କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଛତ୍ରପୁର,୨୬।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଗୋବିନ୍ଦପୁର ନିକଟ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା କେନାଲରେ ଶୁକ୍ରବାର ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଖବରପାଇ ଚମାଖଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନ ଥିବା ବେଳେ ମୃତଦେହକୁ ହସ୍ପିଟାଲକୁ ପଠାଯାଇଛି। ଏହି ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି।