ଡ୍ୟାମ୍‌ରୁ ମିଳିଲା ମୃତଦେହ: ଭାଇ କହୁଛି ମୋ’ ଭଉଣୀ, ମୋ ସ୍ତ୍ରୀ ନୁହେଁ କହିଲେ ସ୍ବାମୀ

ଝାରସୁଗୁଡ଼ା ଅଫିସ,୨୩ା୭: ଲଖନପୁର ଥାନା ବଳଣ୍ଡା ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ଜଳଭଣ୍ଡାରରେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ଥାନାକୁ ଜଣାଇଥିଲେ । ଖବରପାଇ ଏସ୍‌ଡିପିଓ ଗୁପ୍ତେଶର ଭୋଇ, ମାଜିଷ୍ଟ୍ରେଟ ଲଖନପୁର ତହସିଲଦାର ବିଶ୍ବକେଶନ ପାଣ୍ଡେ, ଲଖନପୁର ଥାନା ଆଇଆଇସି ଇଗ୍ନେଶ ବାର୍ଲା, ରେଙ୍ଗାଲି ଥାନା ଆଇଆଇସି କ୍ରେସାନିଆ ସାମରିଆ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ପୋଲିସ ଏକ ମାମଲା (ନଂ.୧୭/୨୨) ରୁଜୁକରି ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ ଗତ ୩୦ତାରିଖରୁ ରେଙ୍ଗାଲି ଥାନା ଅନ୍ତର୍ଗତ କତରବଗା ଗ୍ରାମର ଗୌର ପ୍ରଧାନଙ୍କ ସ୍ତ୍ରୀ ଗୀତାଞ୍ଜଳି ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ନିଖୋଜ ମହିଳାଙ୍କ ଭାଇ ଲକ୍ଷ୍ମଣ ସାହୁ ତାଙ୍କ ଭଉଣୀଙ୍କୁ ଶାଶୁଘର ଲୋକେ ମାରିଦେଇଛନ୍ତି ବୋଲି ଥାନାରେ ଅଭିଯୋଗ କରିଛନ୍ତି। ଏଭଳି ସ୍ଥିତିରେ ଜବତ ମୃତଦେହ ଗୀତାଞ୍ଜଳିଙ୍କର କି ନୁହେଁ ଚିହ୍ନଟ ପାଇଁ ପୋଲିସ ବାପଘର ଓ ଶାଶୁଘର ଲୋକଙ୍କୁ ଡାକିଥିଲା। ଏହା ଗୀତାଞ୍ଜଳିଙ୍କର ନୁହେଁ ବୋଲି ତାଙ୍କ ସ୍ବାମୀ କହିଥିବାବେଳେ ଲକ୍ଷ୍ମଣ ଏହା ତାଙ୍କ ଭଉଣୀଙ୍କ ମୃତଦେହ ବୋଲି ଚିହ୍ନଟ କରିଥିଲେ। ଏଭଳିସ୍ଥିତିରେ ପୋଲିସ ପ୍ରମାଣ ପାଇଁ ତାଙ୍କର ଡିଏନ୍‌ଏ ଟେଷ୍ଟ କରାଯିବ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?