ପ୍ରେମିକାଙ୍କ ଘରୁ ମିଳିଲା ପ୍ରେମିକଙ୍କ ଝୁଲନ୍ତା ମୃତଦେହ

ପାଟନା,୯ା୧୨: ବିହାରର ମୋତିହାରୀରେ ଜଣେ ନାବାଳକଙ୍କୁ ହତ୍ୟା କରାଯାଇଛି। ନାବାଳକଙ୍କ ମୃତଦେହ ତାଙ୍କ ପ୍ରେମିକାଙ୍କ ଘରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତଦେହ ଉଦ୍ଧାର ପରେ ଗାଁରେ ଏହି ଖବର ପ୍ରଚାରିତ ହୋଇଥିଲା। ଏହି ଘଟଣାଟି ପୂର୍ବ ଚମ୍ପାରଣ ଜିଲା ଘୋଡ଼ାସହାନ ଥାନା ଘୁମନଗର ଅଞ୍ଚଳରେ ଘଟିଛି। ଝୁଲନ୍ତା ଅବସ୍ଥାରେ ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିବା କହିଛି। ମୃତକ ଜଣକ ହେଲେ ରାଜବଂଶୀ ଯାଦବଙ୍କ ୧୬ ବର୍ଷର ପୁଅ ସନ୍ନି କୁମାର।

ସନ୍ନି ସେହି ଗାଁର ଜଣେ ଝିଅକୁ ପ୍ରେମ କରୁଥିଲେ। ବିଳମ୍ବିତ ରାତିରେ ଖାଇ ସାରିବା ପରେ ସନ୍ନି ଘର ହଲ୍‌ରେ ଶୋଇବାକୁ ଯାଇଥିଲେ। କିନ୍ତୁ ତା’ ପରଦିନ ପଡ଼ୋଶୀଙ୍କ ଘରୁ ତାଙ୍କ ମୃତଦେହ ମିଳିଥିଲା। ମୃତଦେହ ଏକ ବନ୍ଦ କୋଠରିରେ ଝୁଲୁଥିବା ଦେଖିବାକୁ ମିଳିଥିଲା।

ସନ୍ନି ତାଙ୍କ ପ୍ରେମିକାଙ୍କ ଶୋଇବା ଘରେ ପହଞ୍ଚିଥିଲେ। ଯାହାକୁ ପ୍ରେମିକାଙ୍କ ମା’ ଦେଖିଥିଲେ। ଏହା ପରେ କୋଠରି ବାହାରେ ତାଲା ପକାଇ ଦେଇଥିଲେ। ପରଦିନ ସକାଳୁ ମୃତଦେହ କୋଠରିରେ ଝୁଲୁଥିବା ଦେଖିବାକୁ ମିଳିଥିଲା।

ଏହି ଘଟଣା ପରେ ପ୍ରେମିକାଙ୍କ ପରିବାରର ସମସ୍ତ ସଦସ୍ୟ ଘରୁ ପଳାଇ ଯାଇଛନ୍ତି। ଏସ୍‌ପି ଡକ୍ଟର କୁମାର ଆଶିଷ କହିଛନ୍ତି, ମୃତଦେହ ଉଦ୍ଧାର କରିବା ପରେ ପୋଲିସ ସାଇଣ୍ଟଫିକ୍‌ ତଦନ୍ତ କରୁଛି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହିଁ ହତ୍ୟା କିମ୍ବା ଆତ୍ମହତ୍ୟା ତାହା ପ୍ରକାଶ ପାଇବ। ଯଦିଓ ମୃତକଙ୍କ ଶରୀରରେ କୌଣସି କ୍ଷତ ମିଳିନାହିଁ। ଅନ୍ୟପଟେ ମୃତକଙ୍କ ମା’ କହିଛନ୍ତି, ତାଙ୍କର କାହା ସହିତ ଶତ୍ରୁତା ନାହିଁ। ତେବେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri