ଜମି ପାଖ ପୋଖରୀରୁ ମିଳିଲା ମୃତଦେହ ଉଦ୍ଧାର: ସନ୍ଦେହଜନକ ମୃତ୍ୟୁକୁ ନେଇ ବଢିଲା ଚର୍ଚ୍ଚା

ବଲାଙ୍ଗୀର,୪।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ମିରିଦ୍ଧାପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁଲଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ପାଖ ଜମିରେ ଥିବା ଏକ ପୋଖରୀରୁ ଭାସୁଥିବା ଏକ ମୃତଦେହକୁ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁଯାୟୀ ଆଜି ସକାଳେ ତୁଲଣ୍ଡି ଗ୍ରାମରେ ଜଗନ୍ନାଥ ମନ୍ଦିର ନିକଟ ଏକ ଜମିରେ ଥିବା ଛୋଟ ପୋଖରୀରୁ କେହି ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ପାଣିରେ ଭାସୁଥିବା ନେଇ ସ୍ଥାନୀୟ ଲୋକେ ଚନ୍ଦନ ଭାଟି ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ଅଜଣା ବ୍ୟକ୍ତିଙ୍କ ମୃତଦେହ ପାଣି ଭିତରୁ ଉଦ୍ଧାର କରିଥିଲେ । ଅଜଣା ମୃତଙ୍କ ପରିଚୟ ମିଳିଥିବା ପୋଲିସ ପକ୍ଷରୁ କୁହାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ ଅକ୍ଷୟ ପାଣ୍ଡେ ( ୪୦) ଝାରସମରା ଗ୍ରାମ ତୁଷୁରା ଥାନା ଅଞ୍ଚଳର ବୋଲି ଜଣାପଡିଛି । ସେ କେଉଁଠୁ ଆସିଥିଲେ କେମିତି ଜମି ପାଣି ଭିତରକୁ ଗଲେ, ଲୋକେ କେହି ଦେଖି ନ ଥିବା ବେଳେ ଏବେ ସନ୍ଦେହଜନକ ମୃତ୍ୟୁକୁ ନେଇ ଆଲୋଚନା ହେଉଛି। ସେପଟେ ମେଡିକାଲରେ ପହଞ୍ଚିଛନ୍ତି ମୃତକଙ୍କ ପରିବାର ଲୋକେ। ୪ରୁ ୫ଦିନ ହେଲା ସେହି ଅଞ୍ଚଳର ଆଖ ପାଖ ଗ୍ରାମରେ ପାଣ୍ଡେ ବୁଲୁଥିବା ଗ୍ରାମବାସୀ ଦେଖିଥିବା ନେଇ ଚର୍ଚ୍ଚା ଚାଲିଛି l ତୁଲଣ୍ଡି ଗ୍ରାମରେ ସାନ୍ତିଫିକ ଟିମ ଓ ଚନ୍ଦନଭାଟି ପୋଲିସ ପକ୍ଷରୁ ଏ ନେଇ ତଦନ୍ତ ଜାରି ରହିଥିବା ବେଳେ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରୁଥିବା ଜଣାପଡିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri