ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଫଛପଟେ ଝୁଲୁଛି ମୃତଦେହ: ଶରୀରର ଅଧାଅଂଶ ଭୂମିରେଇ ଲାଗିଥିବା ନେଇ ବଢୁଛି ସନ୍ଦେହ

କାଲିମେଳା,୨୮।୧(ଜୀବନ କୃଷ୍ଣ ଦାସ):ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟେ ଥିବା ଚାଷଜମି ନିକଟରେ ମଙ୍ଗଳବାର ସକାଳେ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତାଅବସ୍ଥାରେ ଠାବ କରାଯାଇଛ। ମୃତ ଯୁବକ ଜଣକ କାଲିମେଳା ତୁମ୍ବାଗୁଡା ଗ୍ରାମର ପଦିଆ ମାଡକାମିଙ୍କ ପୁଅ କୈଳାଶ ମାଡକାମି (୨୨) ବୁଲି ଜଣା ପଡିଛି । ମୃତ ଯୁବକଙ୍କ ଅଧା ଶରୀର ଭୂମିରେ ଲାଗି ରହିଥିବା ଦେଖିବାକୁ ମିଳିଛି । ତେବେ ଯେଉଁ ଗଛ ଡାଳରେ ମୃତଦେହ ଝୁଲି ରହିଚି ସାଧାରଣ ଭାବେ ଦେଖିବାକୁ ଗଲେ ତାହା ଆତ୍ମହତ୍ୟା ହେଉନାହିଁ। ଖବର ପାଇ କାଲିମେଳା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଥିବା ବେଳେ କୋରାପୁଟରୁ ସାଇଣ୍ଟିଫିକ ଟିମ ଡାକି ଅଧିକ ତଦନ୍ତ ଜାରି ରଖିଛି। ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସତ୍ୟତା ଜଣା ପଡିନାହିଁ । ଯୁବକଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ କୈଳାଶ ସୋମବାର ସାଠାରୁ ଘରକୁ ଫେରି ନ ଥିଲେ। ମୃତଦେହ ବ୍ୟବଚ୍ଛେଦ ଓ ପୋଲିସ ତଦନ୍ତ ପରେ ପ୍ରକୃତ ଘଟଣାର କାରଣ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri