ମୃତ ଦେହକୁ ମିଳିଲାନି ସମ୍ମାନ: ଖଟିଆରେ ବୁହାହେଲା …

ବାରିପଦା,୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମହାପାରାୟଣ ଗାଡ଼ ନ ମିଳିବାରୁ ମୃତଦେହକୁ ଖଟିଆରେ ବୋହିନେବା ଭଳି ଦୃଶ୍ୟ ସାମ୍ନାକୁ ଆସିଛ। ମୃତଦେହକୁ ସମ୍ମାନ ମିଳି ନ ଥିବାରୁ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏପରିକି ଡାକ୍ତରଖାନା କର୍ତ୍ତୃର୍ପକ୍ଷଙ୍କ ଅବହେଳାକୁ ଅଞ୍ଚଳବାସୀ ଦାୟୀ କରିଛନ୍ତି।  ମୃତକ ଜଣକ ହେଲେ କାମତା ଗ୍ରାମର ରମେଶ ଚନ୍ଦ୍ର ରଣା (୭୦)।
ସୂଚନାଯୋଗ୍ୟ, ମଙ୍ଗଳବାର ସକାଳ ସମୟରେ  ରମେଶ ଥଣ୍ଡା ଜନିତ ସମସ୍ୟା ପାଇଁ କୁଳିଅଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ତେବେ ପରିବାର ଲୋକେ  ମହାପାରାୟଣ ଗାଡ଼ି ପାଇଁ ଡାକ୍ତରଖାନା କର୍ମଚାରୀଙ୍କୁ ନିବେଦନ କରିଥିଲେ। ଗାଡି ପ୍ରଦାନ ନେଇ କୌଣସି ସହଯୋଗ କରି ନ ଥିବାରୁ ବାଧ୍ୟ ହୋଇ ପରିବାର ଲୋକେ ଏକ ଖଟିଆରେ ମୃତଦେହକୁ କାନ୍ଧେଇ ୪କିମି ବାଟ ଚାଲିଚାଲି ଘରକୁ ନେଇଥିଲେ।  ସ୍ଥାନୀୟ ଲୋକେ ଏଭଳି ଦୃଶ୍ୟର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଘଟଣା ପ୍ରଘଟ ହେବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା  ପ୍ରକାଶ ପାଇଛି।  ଏ ସମ୍ପର୍କରେ ଡାକ୍ତରଖାନାର ଭାରପ୍ରାପ୍ତ ଅଧିକାରୀ ବୈଜୟନ୍ତି ସିଂ  କୁହନ୍ତି, କୌଣସି କର୍ମଚାରୀ  ମୃତଦେହ  ନେବା ସମୟରେ ଦେଖିନାହାନ୍ତି। ତରବରିଆ ଭାବେ ପରିବାର ଲୋକେ ମୃତଦେହକୁ ନେଇଯାଇଛନ୍ତି। ଆମେ ଦେଖିଥିଲେ ନିଶ୍ଚିତ ଭାବେ  ଗାଡ଼ର ବ୍ୟବସ୍ଥା କରିଥାନ୍ତୁ। ତେବେ ଡାକ୍ତରଖାନା ପରିସରରୁ ମୃତଦେହ ଖଟିଆରେ ବୋହି ନିଆଯିବା ସମୟରେ କର୍ମଚାରୀ କିମ୍ବା ସିକ୍ୟୁରିଟି ଗାର୍ଡ କିପରି ଜାଣି ପାରିଲେ ନାହିଁ ତାହା ଅତ୍ୟନ୍ତ ଦୁର୍ଭାଗ୍ୟର ବିଷୟ। କର୍ମଚାରୀଙ୍କ ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା ବେଳେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri