ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଗାଁକୁ ଫେରିପାରିଲାନି ମୃତଦେହ

କୋକସରା,୨୮ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବାଞ୍ଜିବାହାଲ ଗ୍ରାମର ଚମାର କୋଚିଆ (୫୨) ଆନ୍ଧ୍ରପ୍ରଦେଶ ରାଜ୍ୟ ବିଜୟଓ୍ବାଡା ନିକଟରେ ଥିବା ଏକ ଇଟାଭାଟିରେ କାମ କରୁଥିବା ବେଳେ ଅକସ୍ମାତ ଚେତାଶୂନ୍ୟ ହୋଇ ପଡ଼ିବାରୁ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆ ଯାଇଥିବା ବେଳେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପେଟପାଟଣା ପାଇଁ ସ୍ତ୍ରୀ କୁନ୍ତି ମାଝି ଓ ଦୁଇ ପୁଅଙ୍କୁ ଧରି ଆନ୍ଧ୍ରର ଏକ ଇଟାଭାଟିକୁ ଗତ କିଛିମାସ ତଳେ ଯାଇଥିଲେ। ଇଟାଭାଟିରେ କାମ କରୁଥିବା ସମୟରେ ମଙ୍ଗଳବାର ଅକସ୍ମାତ ଚେତା ହରାଇ ଟଳି ପଡ଼ିଥିଲେ ଚମାର। ତାଙ୍କୁ ବିଜୟଓ୍ବାଡାର ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ବାମୀଙ୍କୁ ହରାଇ ଅସହାୟ ସ୍ତ୍ରୀ ସ୍ବାମୀଙ୍କ ମୃତଦେହ ଭିଟାମାଟିକୁ ଆଣି ନ ପାରି ସେଠାରେ ହିଁ ଲୋକଙ୍କ ସହାୟତାରେ ଶବଦାହ କରିଥିବା ସମ୍ପର୍କୀୟଙ୍କ ଠାରୁ ଜଣାପଡ଼ିଛି।

ଅନ୍ୟପକ୍ଷରେ କୋକସରା ବ୍ଲକରେ ବିଗତ ୬ ମାସ ମଧ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ୧୧ରେ ପହଞ୍ଚିଛି। ଯାହାକି ବ୍ଲକରେ ଦାଦନ ସମସ୍ୟା ଜଟିଳ ହୋଇଥିବା ଦର୍ଶାଉଥିବା ବେଳେ ବ୍ଲକ ପ୍ରଶାସନ ପକ୍ଷରୁ ମନରେଗା ଯୋଜନାର ବିଫଳତାକୁ ମଧ୍ୟ ଇଙ୍ଗିତ କରୁଛି। କେବେ ଏହି ଦାଦନ ସମସ୍ୟା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିବ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri