ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ଘଟୁଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲା ଅନକାପାଲିଠାରେ ଦୁଇ ମାସ ତଳେ ମାଳିଯୁବାଙ୍ଗ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପେଟ ଗାଁର ଜଣେ ନାବାଳକ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଦୁଇମାସ ନ ପୂରୁଣୁ ପୁଣିଥରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତ ଅନ୍ତର୍ଗତ ବରାପାଲି ଗାଁର ଯୁବକ କାଲିବାବୁ ହରିଜନ (୪୫) ପରିବାର ପ୍ରତିପୋଷଣ ପାଇଁ କେରଳର ଆଙ୍ଗାମାଳି ଜିଲାକୁ ଦାଦନ ଖଟିବାକୁ ଯାଇଥିବା ବେଳେ ବୁଧବାର ସେଠାରେ ମୃତ୍ୟୁ ଘଟିଥିଲା।
ସୂଚନାନୁସାରେ କାଳିବାବୁ ହରିଜନ ଏକ ବର୍ଷ ହେଲା କେରଳର ଆଙ୍ଗାମାଳି ଜିଲାକୁ ଯାଇ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ ୨୩ ଏପ୍ରିଲ ବୁଧବାର କୌଣସି କାର୍ଯ୍ୟ ପାଇଁ ରାସ୍ତାରେ ଚାଲି ଯାଉଥିବା ସମୟରେ କୌଣସି ଅଜଣା ଗାଡ଼ି ଧକ୍କା ଦେଇଥିଲା। ଯାହା ଫଳରେ ଘଟଣାସ୍ଥଳରେ କାଳିବାବୁର ମୃତ୍ୟୁ ଘଟିଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି। ମୃତ୍ୟୁ ଖବର ଜାଣିବା ପରେ ପରିବାର ଲୋକେ ମରଶରୀର ଆଣିବା ପାଇଁ ପ୍ରଶାସନ ନିକଟରେ ଗୁହାରି କରିବା ସହ ଆର୍ଥିକ ସହାୟତା ପାଇଁ କଳାହାଣ୍ଡି ଜିଲାପାଳଙ୍କୁ ଗୁହାରି କରିଥିଲେ। ପରିବାର କହିଲେ ସ୍ତ୍ରୀ ସମେତ ଦୁଇ ପୁଅ ଝିଅ ରହିଥିବା ବେଳେ ଏବେ ପରିବାର ପ୍ରତିପୋଷଣ ପାଇଁ ମୁସ୍କିଲ ହୋଇପଡ଼ିଛି। ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସ୍ତ୍ରୀ ଧନଦେଇ ହରିଜନ ପ୍ରଶାସନ ନିକଟରେ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଆକୁଳ ନିବେଦନ କରୁଛନ୍ତି।

ଏନେଇ ଅତିରିକ୍ତ ଶ୍ରମ ଅଧିକାରୀ ଜୀତମ ମାଝୀଙ୍କୁ ପଚାରିବାରୁ ଜିଲା ପ୍ରଶାସନର ପକ୍ଷରୁ ଶୁଦ୍ଧିକ୍ରିୟା ପାଇଁ ୨୦ ହଜାର ଟଙ୍କା ପ୍ରଦାନ କରିଥିବା ବେଳେ ମୃତକ ପରିବାର ତରଫରୁ କାଗଜପତ୍ର ଦାଖଲ କଲେ ସରକାରଙ୍କ ଯାହା ପ୍ରକ୍ରିୟା ଥିବ ସେହି ଅନୁସାରେ କାର୍ଯ୍ୟକାରୀ ହେବ ବୋଲି ପ୍ରକାଶ କରିଥିଲେ। କେରଳର କମ୍ପାନୀ ମାଲିକ ଆମ୍ବୁଲାନ୍ସ ଦ୍ୱାରା ମୃତଦେହ ଗାଁକୁ ପଠାଇଥିବା ପରିବାର ଠାରୁ ସୂଚନା ମିଳିଥିବା ବେଳେ ଜନ୍ମମାଟି ବରାପାଲି ଗାଁକୁ ଶନିବାର ଶବ ପହଞ୍ଚିଲା ପରେ କାନ୍ଦ ବୋବାଳିରେ ଗଁଦାଣ୍ଡ ଫାଟି ପଡୁଥିବା ବେଳେ ଶୋକାକୁଳ ପରିବେଶରେ ଶ୍ମଶାନରେ ଶବଦାହ କରାଯାଇଥିଲା। ଲାଞ୍ଜିଗଡ଼ ଅଞ୍ଚଳରେ ପୁଣି ଦୁଇ ମାସ ବ୍ୟବଧାନରେ ଆଉ ଜଣେ ଦାନନ ଶ୍ରମିକଙ୍କ ମୃତଦେହ ଗାଁକୁ ପହଞ୍ଚିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଲାଞ୍ଜିଗଡ଼ ଅଞ୍ଚଳରେ ବାରମ୍ବାର ଏହିଭଳି ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟୁଥିବା ବେଳେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri