ଜଙ୍ଗଲରୁ ପୁଣି ମିଳିଲା ଏକ ମାଈ ହାତୀଛୁଆର ମୃତଦେହ, ଚିନ୍ତାରେ ପରିବେଶବିତ୍‌

କେନ୍ଦୁଝର,୩୦ା୧୧: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ ରେଞ୍ଜ କନ୍ତଲାଇ ଗ୍ରାମ ନିକଟରୁ ଏହି ହାତୀଛୁଆର ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ କାରଣ ଖୋଜୁଛି। ପାରିପାର୍ଶ୍ୱିକ ଅବସ୍ଥା ଓ ହାତୀ ଦେହରେ ଥିବା କ୍ଷତଚିହ୍ନ ଦେଖି ମୃତ୍ୟୁର କାରଣ ହାତୀ-ହାତୀ ମଧ୍ୟରେ ଲଢେଇ ବୋଲି ଡିଏଫ୍‌ଓ ଧନରାଜ ଏଚ୍‌.ଡି ସୂଚନା ଦେଇଛନ୍ତି।
ସୂଚନାନୁସାରେ, ପ୍ରାୟ ୫୪ ଟି ହାତୀ ସେହି ଅଞ୍ଚଳରେ ଦୀର୍ଘ ଦିନ ହେଲା ଦୁଇଟି ଦଳରେ ବୁଲୁଛନ୍ତି । ଫଳରେ ବ୍ୟାପକ କ୍ଷୟ କ୍ଷତି ଘଟାଇଥିବାରୁ ଲୋକେ ଆତଙ୍କ ହୋଇପଡ଼ିଛନ୍ତି। ଶୁକ୍ରବାର ରାତିରେ ହାତୀମାନଙ୍କ ମଧ୍ୟରେ ଲଢ଼େଇ ହୋଇଥିଲା। ଶନିବାର ସକାଳେ ମୃତ ହାତୀ ବିଷୟରେ ସୂଚନା ପାଇବା ପରେ ଜଙ୍ଗଲ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ।
ମୃତ ହାତୀଟି ଏକ ଫସଲ କ୍ଷେତରେ ଦେଖିବାକୁ ମିଳିଥିଲା। ହାତୀ ଦେହରେ ଗଭୀର ଦାନ୍ତ କ୍ଷତ ଦେଖିବାକୁ ମିଳିଛି। ଏଣୁ ଏହାର ମୃତ୍ୟୁ ହାତୀ ହାତୀ ମଧ୍ୟରେ ଲଢ଼େଇ ବୋଲି ଆଶଙ୍କା କରାଯାଉଛି।
ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ପ୍ରାଣୀ ଚିକିତ୍ସକଙ୍କ ଏକ ଟିମ୍‌ ଆଜି ପୋଷ୍ଟ ମର୍ଟମ କରିଛନ୍ତି। ତେଲକୋଇ ଅଞ୍ଚଳରେ କିଛି ମାସ ମଧ୍ୟରେ ଏହାକୁ ମିଶାଇ ୩ ହାତୀର ମୃତ୍ୟୁ ହୋଇସାରିଲାଣି। ଯାହାକୁ ନେଇ ପରିବେଶମିତ୍‌ମାନେ ଚିନ୍ତାରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri