ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ ଜନ୍ଧ୍ରାମୁଣ୍ଡା ଗାଁରେ ଦେଖିବାକୁ ମିଳିଛି। ମୃତକ ହେଲେ ଡୋଲାମଣି ମାଝି(୨୭)। ସୂଚନା ଅନୁଯାୟୀ, ଡୋଲାମଣି ୧୦ ହଜାର ଟଙ୍କା ଅଗ୍ରିମ ନେଇ ଦାଦନ ସର୍ଦ୍ଦାରଙ୍କ ସହାୟତାରେ ତେଲେଙ୍ଗାନା ରାଜ୍ୟ କାରିମନଗରକୁ ଇଟାଭାଟି କାମ କରିବା ପାଇଁ ଜୁଲାଇ ୩ରେ ଯାଇଥିଲେ। ସେଠାରେ ଏକସପ୍ତାହ କାମ କରିବା ପରେ ହଠାତ୍‌ ଗତ ମଙ୍ଗଳବାର ଇଟାଭାଟି ମାଲିକ ଡୋଲାମଣିଙ୍କ ଶ୍ୱଶୁରଙ୍କୁ ଫୋନ କରି ଦେହ ଅସୁସ୍ଥ ହୋଇଥିବା କହିଥିଲେ। କିଛି ସମୟ ପରେ ଦାଦନ ସର୍ଦ୍ଦାର ଏକ କାରରେ ଆସି ଡୋଲାମଣିର ଦେହ ବହୁତ ଖରାପ ଅଛି କହି ମା’ ବାସୁମତୀ ଓ ଭାଇ ତରୁଣଙ୍କୁ କାରରେ ବସାଇ ତେଲେଙ୍ଗାନା ନେଇଥିଲେ। ସେଠାରେ ମା’ ପୁଅ ପହଞ୍ଚତ୍ ଡୋଲାମଣିଙ୍କ ମୃତ୍ୟୁ ହୋଇଥିବା ଦେଖିଥିଲେ। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହ ମଙ୍ଗଳବାର ସନ୍ଧ୍ୟାରେ ବାହାରି ଗୁରୁବାର ସକାଳେ ଗାଁରେ ପହଞ୍ଚତ୍ଥିଲା। ଏହି ସମୟରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଡୋଲାମଣିଙ୍କ ସ୍ତ୍ରୀ ସଞ୍ଜୁକ୍ତା ଦାଦନ ସର୍ଦ୍ଦାର ତାଙ୍କ ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ କରି ତାଙ୍କୁ ଗିରଫ ଦାବି କରିଛନ୍ତି। ଏହାକୁ ନେଇ ପରିବାର ଓ ଗ୍ରାମବାସୀ ରାସ୍ତାରୋକୋ ଯୋଜନା କରୁଥିବା ବେଳେ କୋମନା ତହସିଲଦାର ସର୍ବେଶ୍ୱର ଜାଲ ଓ କୋମନା ପୋଲିସ ପହଞ୍ଚତ୍ ସେମାନଙ୍କ ସହ ଆଲୋଚନା କରିଥିଲେ। ଶୁକ୍ରବାର ଥାନାକୁ ଆସ କ୍ଷତିପୂରଣ ବାବଦରେ ଲେଖି କରି ଦେବା ପରେ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇ ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଅନ୍ତିମ ସତ୍କାର ପାଇଁ ସହାୟତା ଦେଇଥିଲେ। ପ୍ରତିଶ୍ରୁତି ପରେ ମୃତଦେହ ନେଇ ଗଁା ମଶାଣିରେ ଅନ୍ତିମ ସତ୍କାର କରାଯାଇଥିଲା। ସ୍ତ୍ରୀ ସଞ୍ଜୁକ୍ତା ୭ ମାସ ଗର୍ଭବତୀ ରହିଥିବା ବେଳେ ୪ ଓ ୨ବର୍ଷର ଦୁଇ ଜଣ ଝିଅ ଅଛନ୍ତି ା ଡୋଲାମଣି ପରିବାରର ଜଣେ ମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ତାଙ୍କ ମୃତ୍ୟୁ ପରେ ପରିବାର ବେସାହାରା ହୋଇ ଦୁଃଖରେ ଭାଙ୍ଗି ପଡିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri