ବନ୍ଦ ଘରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ

ପୋଲସରା,୧୨ା୭(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ଥାନା ରାଜମହଲ ସାହି ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ନିକଟରେ ଥିବା ଏକ ଘରୁ ବୁଧବାର ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ବ୍ୟକ୍ତି ହେଉଛନ୍ତି ପୋଲସରା ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଅତିରିକ୍ତ ବ୍ୟାଙ୍କ ମ୍ୟାନେଜର ସୁଧାଂଶୁ ଶୁଭଙ୍କର ଦାସ। ସୁଧାଂଶୁ ରହୁଥିବା ଭଡ଼ାଘରର କବାଟ ଆଜି ସକାଳୁ ବହୁ ସମୟ ପରେ ବି ଖୋଲି ନ ଥିଲେ। ସନ୍ଦେହରେ ସାହିବାସିନ୍ଦା ପୋଲିସକୁ ଖବର ଦେଇଥିଲେ। ପୋଲସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଘରୁ ବେକରେ ଗାମୁଛା ଲଗାଇ ଝୁଲନ୍ତା ଅବସ୍ଥାରେ ସୁଧାଂଶୁଙ୍କ ମୃତଦେହ ଉଦ୍ଧାର କରି ମୃତକଙ୍କ ପରିବାରକୁ ଖବର ଦେଇଥିଲା। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ,  ଦୁଇ ଦିନ ତଳେ ପୁଅଙ୍କ ସହିତ ବାପା ଗଗନ କୁମାର ଦାସ ଫୋନ୍‌ ମାଧ୍ୟମରେ କଥା ହେଇଥିଲେ। ପୁଅ ସୁଧାଂଶୁ ବାପାଙ୍କୁ କହିଥିଲେ ମୋତେ ବ୍ୟାଙ୍କରେ କାମ ପ୍ରେସର ହେଉଛି। ଜଣେ ଗ୍ରାହକ ସହିତ ଝଗଡ଼ା ହୋଇଥଲା। ଜୀବନରୁ ମାରି ଦେବାକୁ ମଧ୍ୟ ଧମକ ଦେଇଥିବା ବେଳେ ପୁଅ ସୁଧାଂଶୁଙ୍କୁ କେହି ହତ୍ୟା କରିଥିବା ନେଇ ସନ୍ଦେହ କରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ବାପା ଗଗନ କୁମାର ଦାସ। ତେବେ ସୁଧାଂଶୁଙ୍କ ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ପୋଲିସ କେସ୍‌ ନମ୍ବର ୪୦୬/୨୩ ରେ ଏକ ମାମଲା ରୁଜୁ କରି ତାର ତଦନ୍ତ ଜାରି ରଖିଥିବା ଏଏସ୍‌ଆଇ ଜୟପ୍ରକାଶ ପଟ୍ଟନାୟକ କହଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri