ହୋଟେଲ ରୁମ୍‌ରୁ ବ୍ୟାଙ୍କ ଅଧିକାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଦେବଗଡ,୨୪।୬:( ଶଶାଙ୍କ ଶେଖର ଝାଙ୍କର) ଦେବଗଡ ଷ୍ଟେଟ ବ୍ୟାଙ୍କରେ କାର୍ଯ୍ୟରତ ଥିବା ସିଏସସି ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ମମତା ହୋଟେଲରୁ ଉଦ୍ଧାର କରାଯାଇଛି । ଉକ୍ତ ଘଟଣା ସହରରେ ଚର୍ଚ୍ଚାର ବିଷୟ ସାଜିଛି। ମୃତ ବ୍ୟାଙ୍କ ଅଧିକାରୀ ଜଣକ ହେଲେ ସମ୍ବଲପୁର ଅଇଁଠାପାଲି ଅଞ୍ଚଳର ସୁବାସ ଚନ୍ଦ୍ର ଅଗ୍ରୱାଲ ।

ସୂଚନା ମୁତାବକ ମୃତ ମ୍ୟାନେଜର ସୁବାସ ଗତ ୧୯ ତାରିଖ ଦିନ ବଦଳି ହୋଇ ନୂତନ ଭାବେ ଦେବଗଡ ଷ୍ଟେଟ୍‌ ବ୍ୟାଙ୍କରେ ଯୋଗ ଦେଇଥିଲେ। ସେ ସ୍ଥାନୀୟ ମମତା ହୋଟେଲ ରୁମ ନମ୍ବର ୭୦୩ରେ ରହୁଥିଲେ । ଗୁରୁବାର ରାତିରେ ସେ କାମ ସାରି ହୋଟେଲ ରୁମକୁ ଫେରିଥିଲେ। ଶୁକ୍ରବାର ତାଙ୍କ ପରିବାର ଲୋକ ଅନେକ ଥର ଫୋନ କରିଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ। ଫୋନ୍‌ ନ ଉଠେଇବାରୁ ତାଙ୍କ ଭାଇ ହୋଟେଲ ରୁମକୁ ଯାଇଥିେଲେ। ତେବେ ତାଙ୍କ ରୁମ୍‌ ଭିତରୁ ବନ୍ଦ ରହି୍ଥିବା ସେ ଦେଖିବାକୁ ପାଇଥିଲେ। ପରେ କବାଟ ଭାଙ୍ଗିବା ପରେ ତାଙ୍କର ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଥିଲା । ସେ ଏକ ଧଳା ଓଢଣୀ ବେକରେ ଫାଶ ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତାହା ଅସ୍ପଷ୍ଟ ରହିଛି । ଦେବଗଡ ଥାନା ପୋଲିସ ଶବ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଥାଉ କି ଉକ୍ତ ମମତା ହୋଟେଲରେ ୨୦୧୯ମସିହାରେ ଢେଙ୍କାନାଳ ଜିଲା ବଳଭଦ୍ରପୁର ଗ୍ରାମର ବିଜୟ କୁମାର ଷଡଙ୍ଗୀଙ୍କ ମଧ୍ୟ ସନ୍ଦେହ ଜନକ ମତ୍ୟୁ ହେଇଥିଲା। ଏହିପରି ଅନେକ ଘଟଣା ନେଇ ମମତା ହୋଟେଲ ଚର୍ଚ୍ଚାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri