ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ ସୋମବାର ସକାଳେ ମୃତ୍ୟୁବରଣ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କ ମୃତଦେହ ଗାଁରେ ପହଞ୍ଚିଥିଲା। ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଶେଷକୃତ୍ୟ କରାଯାଇଥିଲା। ସେ ସେଠାକାର ଏକ ଅଏଲ କମ୍ପାନୀର ପାଚେରୀ ନିର୍ମାଣ କାମରେ ନିୟୋଜିତ ଥିଲେ। ଲୁହା ପାଇପରେ ନିର୍ମିତ ଭାରା ଭାଙ୍ଗିଯିବା କାରଣରୁ ଅରକ୍ଷିତ ସେଠାରେ ଚାପି ହୋଇ ବିଦ୍ୟୁତ ଆଘାତରେ ଚେତାଶୂନ୍ୟ ହୋଇଯାଇଥିଲେ।
ତାଙ୍କୁ ସାଥି ଶ୍ରମିକମାନେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫୋନ ଯୋଗେ ପରିବାର ଲୋକେ ଏହି ଖବର ପାଇବା ପରେ ଦୁଃଖରେ ମ୍ରିୟମାଣ ହୋଇପଡ଼ିଥିଲେ। ତାଙ୍କ ମୃତଦେହ ଭିଟାମାଟିକୁ ଆଣିବା ପାଇଁ ଗ୍ରାମବାସୀ ଏବଂ ସରପଞ୍ଚ ପ୍ରତିନିଧି ମଙ୍ଗଳା ଗମାଙ୍ଗ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ନିକଟରେ ଗୁହାରି କରିଥିଲେ। ଏନେଇ ଜିଲାପାଳ ଶ୍ରମ ଅଧିକାରୀଙ୍କୁ ଅବଗତ କରାଇଥିଲେ। ଶ୍ରମ ଅଧିକାରୀଙ୍କ ହସ୍ତକ୍ଷେପ ପରେ ସେଠାକାର ପୋଲିସ ପ୍ରଶାସନ ସହ ଯୋଗାଯୋଗ କରାଯାଇ ତାଙ୍କ ମୃତଦେହ ଗାଁକୁ ଅଣାଯାଇଥିଲା।
ଏନେଇ ସରପଞ୍ଚ ପ୍ରତିନିଧି ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଏବଂ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ଜଣାଇଥିବା କହିଛନ୍ତି। ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ଯୋଗାଯୋଗ କରିବାରେ ମୃତକଙ୍କ ପରିବାର ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଟଙ୍କା ପ୍ରଦାନ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ଅନୁକମ୍ପା ମୂଳକ ସରକାରୀ ସହାୟତା ଖୁବଶୀଘ୍ର ପ୍ରଦାନ କରାଯିବ ବୋଲି କହିଛନ୍ତି। ଅରକ୍ଷିତ ତାଙ୍କ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ତାଙ୍କ ବାପା ଅଲେଖ ନାୟକ
କିଛିବର୍ଷ ହେଲା ମୃତ୍ୟୁବରଣ କରିଥିଲେ। ଘରେ ବିଧବା ମା’ ଏବଂ ୪ ଭଉଣୀ ଅଛନ୍ତି। ସେ ଗତ ପ୍ରାୟ ୩ ମାସ ପୂର୍ବେ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିଲେ ବୋଲି ଗ୍ରାମର ସଞ୍ଜୀବ ସର୍ଦ୍ଦାର, ରୋହିତ ସର୍ଦ୍ଦାର, ତ୍ରିନାଥ ଦଳାଇ, ଧରମା ନାୟକ, ଭଗବତୀ ପାତ୍ର, ଜିତୁ ନାୟକ, ଅକୁର ପାତ୍ର,କେଞ୍ଚୁ ଦଳେଇ ପ୍ରମୁଖ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri