ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ ସୋମବାର ସକାଳେ ମୃତ୍ୟୁବରଣ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କ ମୃତଦେହ ଗାଁରେ ପହଞ୍ଚିଥିଲା। ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଶେଷକୃତ୍ୟ କରାଯାଇଥିଲା। ସେ ସେଠାକାର ଏକ ଅଏଲ କମ୍ପାନୀର ପାଚେରୀ ନିର୍ମାଣ କାମରେ ନିୟୋଜିତ ଥିଲେ। ଲୁହା ପାଇପରେ ନିର୍ମିତ ଭାରା ଭାଙ୍ଗିଯିବା କାରଣରୁ ଅରକ୍ଷିତ ସେଠାରେ ଚାପି ହୋଇ ବିଦ୍ୟୁତ ଆଘାତରେ ଚେତାଶୂନ୍ୟ ହୋଇଯାଇଥିଲେ।
ତାଙ୍କୁ ସାଥି ଶ୍ରମିକମାନେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫୋନ ଯୋଗେ ପରିବାର ଲୋକେ ଏହି ଖବର ପାଇବା ପରେ ଦୁଃଖରେ ମ୍ରିୟମାଣ ହୋଇପଡ଼ିଥିଲେ। ତାଙ୍କ ମୃତଦେହ ଭିଟାମାଟିକୁ ଆଣିବା ପାଇଁ ଗ୍ରାମବାସୀ ଏବଂ ସରପଞ୍ଚ ପ୍ରତିନିଧି ମଙ୍ଗଳା ଗମାଙ୍ଗ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ନିକଟରେ ଗୁହାରି କରିଥିଲେ। ଏନେଇ ଜିଲାପାଳ ଶ୍ରମ ଅଧିକାରୀଙ୍କୁ ଅବଗତ କରାଇଥିଲେ। ଶ୍ରମ ଅଧିକାରୀଙ୍କ ହସ୍ତକ୍ଷେପ ପରେ ସେଠାକାର ପୋଲିସ ପ୍ରଶାସନ ସହ ଯୋଗାଯୋଗ କରାଯାଇ ତାଙ୍କ ମୃତଦେହ ଗାଁକୁ ଅଣାଯାଇଥିଲା।
ଏନେଇ ସରପଞ୍ଚ ପ୍ରତିନିଧି ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଏବଂ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ଜଣାଇଥିବା କହିଛନ୍ତି। ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ଯୋଗାଯୋଗ କରିବାରେ ମୃତକଙ୍କ ପରିବାର ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଟଙ୍କା ପ୍ରଦାନ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ଅନୁକମ୍ପା ମୂଳକ ସରକାରୀ ସହାୟତା ଖୁବଶୀଘ୍ର ପ୍ରଦାନ କରାଯିବ ବୋଲି କହିଛନ୍ତି। ଅରକ୍ଷିତ ତାଙ୍କ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ତାଙ୍କ ବାପା ଅଲେଖ ନାୟକ
କିଛିବର୍ଷ ହେଲା ମୃତ୍ୟୁବରଣ କରିଥିଲେ। ଘରେ ବିଧବା ମା’ ଏବଂ ୪ ଭଉଣୀ ଅଛନ୍ତି। ସେ ଗତ ପ୍ରାୟ ୩ ମାସ ପୂର୍ବେ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିଲେ ବୋଲି ଗ୍ରାମର ସଞ୍ଜୀବ ସର୍ଦ୍ଦାର, ରୋହିତ ସର୍ଦ୍ଦାର, ତ୍ରିନାଥ ଦଳାଇ, ଧରମା ନାୟକ, ଭଗବତୀ ପାତ୍ର, ଜିତୁ ନାୟକ, ଅକୁର ପାତ୍ର,କେଞ୍ଚୁ ଦଳେଇ ପ୍ରମୁଖ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri