ପରିବାର ପ୍ରତିପୋଷଣ ପାଇଁ ଯାଇଥିଲେ: କେରଳରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ଘଟୁଛି l ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲା ଅନକାପାଲିଠାରେ ଦୁଇ ମାସ ତଳେ ମାଳିଯୁବାଙ୍ଗ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପେଟ ଗାଁର ଜଣେ ନାବାଳକ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଗତ ମାସ ୨୩ ତାରିଖରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତ ଅନ୍ତର୍ଗତ ବରାପାଲି ଗାଁର ଜଣେ ଯୁବକର ମୃତ୍ୟୁ ଘଟିଥିଲା I ଏବେ ପୁଣିଥରେ ପ୍ରାୟ କୋଡ଼ିଏ ଦିନ ବ୍ୟବଧାନରେ ଆଉ ଜଣେ ଦାନନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିବା ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନାନୁଯାୟୀ, କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା କାନକୁଟ୍ରୁ ପଞ୍ଚାୟତ ଅନ୍ତର୍ଗତ ତଳକାଳେଶର ଗାଁର ଯୁବକ ତ୍ରିନାଥ ବିଭାର (୨୧) ପରିବାର ପ୍ରତିପୋଷଣ ପାଇଁ କେରଳ ରାଜ୍ୟର ଏରନାକୁଲମ ଜିଲାକୁ ଦାଦନ ଖଟିବାକୁ ଯାଇଥିବା ଯାଇଥିଲେ। ସେଠାରେ ସୋମବାର ତାଙ୍କର ମୃତ୍ୟୁ ଘଟିଛି। ତ୍ରିନାଥ ଏକମାସ ହେଲା ଏକ ଘରୋଇ ପ୍ଲାଷ୍ଟିକ କମ୍ପାନୀରେ କାମକରୁଥିଲେ। ହଠାତ ତାଙ୍କ ଦେହ ଅସୁସ୍ଥ ହେବାରୁ ପ୍ରଥମେ ନିକଟସ୍ତ ଆଳୁୱା ସରକାରୀ ଡାକ୍ତରଖାନାକୁ ଯାଇ ଚିକିତ୍ସା କରାଇଥିଲେ I ଚିକତ୍ସା ପରେ ଧିରେ ଧିରେ ତାଙ୍କ ଦେହ ବିଗିଡ଼ିବା ଯୋଗୁ ସେ ଟ୍ରେନ ଯୋଗେ ଘରକୁ ଫେରୁଥିଲେ। ଫେରିବା ବେଳେ ତାଙ୍କ ଦେହ ଟ୍ରେନରେ ଗୁରୁତର ହେବାରୁ ତାଙ୍କ ଭିଣୋଇ ଗୌରାଙ୍ଗ ହରିଜନଙ୍କୁ ଫୋନ କରି ଜଣାଇଥିଲେ। ହରିଜନ ତୁରନ୍ତ ପୋଲିସକୁ ଫୋନ କରି ଜଣାଇବା ପରେ ବିଜୟୱା ରେଳଷ୍ଟେସନରୁ ବିଜୟୱାଡା ପୋଲିସ ତାଙ୍କୁ ଜିଲ୍ଲା ଡାକ୍ତରଖାନା ଇଲୁରୁଠାରେ ଭର୍ତ୍ତି କରାଇଥିଲେ। ଖବର ପାଇ ପରିବାରଲୋକେ ଉକ୍ତ ସ୍ଥାନରେ ପହଞ୍ଚିଥିଲେ। ଉକ୍ତ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ମେ ସୋମବାର ତାଙ୍କ ମୃତ୍ୟୁ ହୋଇଥିଲା। ତେବେ ନିଜ ଜନ୍ମମାଟି ତଳ କାଳେଶର ଗାଁକୁ ମଙ୍ଗଳବାର ମରଶରୀର ପହଞ୍ଚିବା ପରେ ଗାଁ ମଶାଣିରେ ପରିବାରଲୋକେ ଶୋକାକୁଳ ପରିବେଶରେ ଶବ ସତ୍କାର କରି ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡ଼ିଛନ୍ତି। ସେ ପରିବାରର ଏକମାତ୍ର ରୋଜଗାରିଆ ପୁଅ ଥିଲେ । ଏବେ ତାଙ୍କ ପରିବାର କହିଲେ ମା ଓ ସ୍ତ୍ରୀଙ୍କ ସମେତ ଏକମାତ୍ର କୁନି ପୁଅ ରହିଛନ୍ତି। ଏବେ ପରିବାର ପ୍ରତିପୋଷଣ କିଭଳି କରାଯିବ ସେନେଇ ଚିନ୍ତା କରି ସମସ୍ତେ ଭାଙ୍ଗି ପଡ଼ିଛନ୍ତି। ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି। ଲାଞ୍ଜିଗଡ ଅଞ୍ଚଳରେ ବାରମ୍ବାର ଏହିଭଳି ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟୁଥିବା ବେଳେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri