ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର ଗାଁକୁ ଫେରିଛି। ମୃତକ ହେଲେ ଖରିଡ଼ା ଗ୍ରାମ ଗାନ୍ଧୀନଗର ସାହିର ନିର ବେହେରା(୫୦)।

ନିର ପରିବାର ପ୍ରତିପୋଷଣ ପାଇଁ ଦାଦାନ ଖଟିବାକକୁ ସୁରଟ ଯାଇଥିବେଳେ ଶନିବାର ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୋମବାର ଭୋର ୫ଟାରେ ଆମ୍ବୁଲାନ୍ସ ଯୋଗେ ତାଙ୍କ ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି।

ନିର ପରିବାରର ଏକମାତ୍ର ରୋଜଗାରିଆ ବ୍ୟକ୍ତି ଥିଲେ। ତାଙ୍କ ମୃତ୍ୟୁ ପରେ ସ୍ତ୍ରୀ, ଝିଅ ଓ ଦୁଇ ପୁଅ ସମ୍ପୂର୍ଣ୍ଣ ବେସାହାର ହୋଇପଡ଼ିଛନ୍ତି। ଅତିରିକ୍ତ ତହସିଲଦାର ସୁରଜ ନାଏକ ବେହେରା, ଶ୍ରମ ଅଧିକାରିଣୀ ବର୍ଷାରାଣୀ ଜେନା, ସରପଞ୍ଚ ସଂଘ ସଭାପତି କୃଷ୍ଣ ଭୋଳ, ସରପଞ୍ଚ ନୀଳାଞ୍ଚଳ ସାହୁଙ୍କ ଉପସ୍ଥିତିରେ ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି।

ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ବାରମ୍ବାର ଦାଦନ ଶ୍ରମିକଙ୍କ ମୃତ୍ୟୁ ଖବର ଆସୁଥିବାରୁ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri