Posted inଜାତୀୟ

ମିଳିଲା ପୂର୍ବତନ ମନ୍ତ୍ରୀଙ୍କ ମୃତଦେହ, ୯ ଦିନ ହେବ ଥିଲେ ନିଖୋଜ

ଗାଙ୍ଗଟକ,୧୭ା୭: ସିକ୍କିମର ଜଣେ ପୂର୍ବତନ ମନ୍ତ୍ରୀଙ୍କ ମୃତଦେହ ଜବତ କରାଯାଇଛି । ପଶ୍ଚିମବଙ୍ଗର ସିଲିଗୁଡ଼ି ନିକଟସ୍ଥ ନହର ଅଞ୍ଚଳରୁ ପୂର୍ବତନ ମନ୍ତ୍ରୀ ଆରସି ପୌଡ୍ୟାଲଙ୍କ ଏହି ମୃତଦେହ ମିଳିଛି । ସେ ୯ ଦିନ ହେବ ନିଖୋଜ ଥିବା ଜଣାପଡ଼ିଛି । ସିକ୍କିମ ସରକାର ଆରସିଙ୍କୁ ଖୋଜିବା ପାଇଁ ଏସ୍‌ଆଇଟି ଗଠନ କରିଥିଲେ ।

ପୋଲିସ ଏନେଇ କହିଛି ଯେ ମଙ୍ଗଳବାର ଦିନ ସିଲିଗୁଡ଼ିର ଫୁଲବାରିସ୍ଥିତ ତିସ୍ତା କେନାଲରେ ଏହି ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ଏହାକୁ ଉଦ୍ଧାର କରାଯାଇ ଉପରକୁ ଅଣାଯିବା ପରେ ଏହା ୮୦ ବର୍ଷୀୟ ପୌଡ୍ୟାଲଙ୍କର ମୃତଦେହ ବୋଲି ଜଣାପଡ଼ିଥିଲା । ମୃତଦେହଟି ତିସ୍ତା ନଦୀର ଉପରମୁଣ୍ଡରୁ ଭାସି ଆସିଥିବା ଅନୁମାନ କରଯାଉଛି । ପୌଡ୍ୟାଲ ପିନ୍ଧିଯିବା କପଡ଼ା ଏବଂ ତାଙ୍କ ଘଣ୍ଟାରୁ ତାଙ୍କ ପରିଚୟ ପାଇଥିଲା ପୋଲିସ । ସେ ଜୁଲାଇ ୭ ତାରିଖରୁ ପାକୟୋଙ୍ଗ ଜିଲାର ସିଙ୍ଗତାମରେ ଥିବା ତାଙ୍କ ବାସଗୃହରୁ କେଉଁ ଆଡ଼େ ନିଖୋଜ ହୋଇଯାଇଥିଲେ । ତାଙ୍କୁ ଖୋଜିବା ପାଇଁ ସ଼୍ବତନ୍ତ୍ର ଯାଞ୍ଚ ଦଳର ଗଠନ କରାଯାଇଥିଲା । ତେବେ ପୋଲିସ ଏନେଇ କହିଛି ଯେ କେଉଁ ପରିସ୍ଥିତିର ତାଙ୍କର ମୃତ୍ୟୁ ହୋଇଛି ତାହାର ତଦନ୍ତ ଏବେ ଜାରି ରହିଛି । ସେ ସିକ୍କିମ ବିଧାନସଭାର ଉପ-ବାଚସ୍ପତି ରହିଥିବା ବେଳେ ପରେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri