Posted inଜାତୀୟ

ମିଳିଲା ପୂର୍ବତନ ମନ୍ତ୍ରୀଙ୍କ ମୃତଦେହ, ୯ ଦିନ ହେବ ଥିଲେ ନିଖୋଜ

ଗାଙ୍ଗଟକ,୧୭ା୭: ସିକ୍କିମର ଜଣେ ପୂର୍ବତନ ମନ୍ତ୍ରୀଙ୍କ ମୃତଦେହ ଜବତ କରାଯାଇଛି । ପଶ୍ଚିମବଙ୍ଗର ସିଲିଗୁଡ଼ି ନିକଟସ୍ଥ ନହର ଅଞ୍ଚଳରୁ ପୂର୍ବତନ ମନ୍ତ୍ରୀ ଆରସି ପୌଡ୍ୟାଲଙ୍କ ଏହି ମୃତଦେହ ମିଳିଛି । ସେ ୯ ଦିନ ହେବ ନିଖୋଜ ଥିବା ଜଣାପଡ଼ିଛି । ସିକ୍କିମ ସରକାର ଆରସିଙ୍କୁ ଖୋଜିବା ପାଇଁ ଏସ୍‌ଆଇଟି ଗଠନ କରିଥିଲେ ।

ପୋଲିସ ଏନେଇ କହିଛି ଯେ ମଙ୍ଗଳବାର ଦିନ ସିଲିଗୁଡ଼ିର ଫୁଲବାରିସ୍ଥିତ ତିସ୍ତା କେନାଲରେ ଏହି ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ଏହାକୁ ଉଦ୍ଧାର କରାଯାଇ ଉପରକୁ ଅଣାଯିବା ପରେ ଏହା ୮୦ ବର୍ଷୀୟ ପୌଡ୍ୟାଲଙ୍କର ମୃତଦେହ ବୋଲି ଜଣାପଡ଼ିଥିଲା । ମୃତଦେହଟି ତିସ୍ତା ନଦୀର ଉପରମୁଣ୍ଡରୁ ଭାସି ଆସିଥିବା ଅନୁମାନ କରଯାଉଛି । ପୌଡ୍ୟାଲ ପିନ୍ଧିଯିବା କପଡ଼ା ଏବଂ ତାଙ୍କ ଘଣ୍ଟାରୁ ତାଙ୍କ ପରିଚୟ ପାଇଥିଲା ପୋଲିସ । ସେ ଜୁଲାଇ ୭ ତାରିଖରୁ ପାକୟୋଙ୍ଗ ଜିଲାର ସିଙ୍ଗତାମରେ ଥିବା ତାଙ୍କ ବାସଗୃହରୁ କେଉଁ ଆଡ଼େ ନିଖୋଜ ହୋଇଯାଇଥିଲେ । ତାଙ୍କୁ ଖୋଜିବା ପାଇଁ ସ଼୍ବତନ୍ତ୍ର ଯାଞ୍ଚ ଦଳର ଗଠନ କରାଯାଇଥିଲା । ତେବେ ପୋଲିସ ଏନେଇ କହିଛି ଯେ କେଉଁ ପରିସ୍ଥିତିର ତାଙ୍କର ମୃତ୍ୟୁ ହୋଇଛି ତାହାର ତଦନ୍ତ ଏବେ ଜାରି ରହିଛି । ସେ ସିକ୍କିମ ବିଧାନସଭାର ଉପ-ବାଚସ୍ପତି ରହିଥିବା ବେଳେ ପରେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ପରାସ୍ତ କରି ଭାରତର ବିଜୟ ଧାରା ଜାରି

ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଧିନାୟକ…

ଆମ୍ବୁଲାନ୍ସରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ

କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…

ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ…

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?