ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର ସନ୍ଧ୍ୟାରେ ଭିଟାମାଟିରେ ପହଞ୍ଚିଛି। ଏହି ଅଘଟଣରେ ଶୋକସନ୍ତପ୍ତ ପରିବାରକୁ ଜିଲା ପ୍ରଶାସନ ପକ୍ଷରୁ ରେଡକ୍ରସ ପାଣ୍ଠିରୁ ୩୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଇଛି।

ଗତ ଶନିବାର ଭୋର ପ୍ରାୟ ୫ଟା ସମୟରେ ତାମିଲନାଡ଼ୁର ମାଲେପାଟମ୍ୱକମ୍ ଗାଁ ନିକଟ (କୁଡ଼ାଲୁର୍ ପୋର୍ଟ ଜଙ୍କସନ୍ ରେଲୱେ ଥାନା ଅନ୍ତର୍ଗତ) ଟୁନା ଟ୍ରେନରୁ ଖସି ମୃତ୍ୟୁବରଣ କରିଥିଲେ। ସେଠାକାର ଜିଆରପି ପୋଲିସ ମୃତଦେହ ଜବତ କରି ସରକାରୀ ହସ୍ପିଟାଲରେ ବ୍ୟବଚ୍ଛେଦ କରାଇଥିଲା। ୩୧ ବର୍ଷୀୟ ଟୁନା ଥିଲେ ପରିବାରର ଏକମାତ୍ର ରୋଜଗାରକ୍ଷମ ପୁଅ। ବାହାର ରାଜ୍ୟରେ ଦାଦନ ଶ୍ରମିକ ଭାବେ କାମ କରି ସେ ପରିବାର ପ୍ରତିପୋଷଣ କରୁଥିଲେ। ତାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାବେଳେ ନିଜର ଘର ନାହିଁ ଏବଂ ସେମାନେ ଭଡ଼ା ଘରେ ରୁହନ୍ତି।

ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାରେ ତାଙ୍କ ମୃତଦେହ ଭୀଷ୍ମଗିରି ଗ୍ରାମରେ ପହଞ୍ଚିଥିଲା। ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍‌ଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଜରିଆରେ ରାଜସ୍ବ ନିରୀକ୍ଷକ ସୁଶାନ୍ତ ବେହେରା ମୃତକଙ୍କ ବାସଭବନରେ ପହଞ୍ଚି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ମାଆ ଝୁନୁ ବେହେରାଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିଥିଲେ। ଗ୍ରାମର ବହୁ ସଂଖ୍ୟକ ଗଣ୍ୟମାନ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଗଭୀର ଶୋକ ବ୍ୟକ୍ତ କରିଥିଲେ।

ପରେ ଏକ ଶୋଭାଯାତ୍ରାରେ ମରଶରୀରକୁ ଗାଁ ଶ୍ମଶାନକୁ ନିଆଯାଇ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ କରାଯାଇଛି। ପୂର୍ବତନ ସରପଞ୍ଚ ପିତାମ୍ବର ଗୌଡ଼ ଏବଂ ସମିତି ସଭ୍ୟ ଶିବରାମ ମହାନ୍ତି ପ୍ରମୁଖ ଗୃହହୀନ ମୃତକଙ୍କ ପରିବାରକୁ ଆବାସ ଯୋଜନାରେ ବାସଗୃହ ଯୋଗାଇଦେବା ସହ ସେମାନଙ୍କୁ ଥଇଥାନ ପାଇଁ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ନିକଟରେ ଦୃଢ଼ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri