ନାବାଳିକାଙ୍କ ମୃତଦେହ ଉଦ୍ଧାର,କ୍ଷତି ପୂରଣ ଦାବିରେ ରାସ୍ତାରୋକ

ଫୁଲବାଣୀ ଅଫିସ,୩୧।୫: ଫୁଲବାଣୀର ନିଖୋଜ ଥିବା ଜଣେ ନଅ ବର୍ଷର ନାବଳିକାଙ୍କ ମୃତଦେହ ସୋମବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।
କ୍ଷତିପୂରଣ ଦାବିରେ ପରିବାର ଏବଂ ସ୍ଥାନୀୟ ଲୋକେ ମାଦିକୁନ୍ଦା ଛକରେ ରାସ୍ତାରୋକ କରିଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚିି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି। ସେପଟେ ରାସ୍ତାରୋକ ଯୋଗୁ ଫୁଲବାଣୀରୁ ବ୍ରହ୍ମପୁର ଏବଂ ବାଲିଗୁଡା ଯାଉଥିବା ଗାଡି ରାସ୍ତାରେ ଠିଆ ହୋଇରହିଛି।
ସୂଚନାଯୋଗ୍ୟ, ଫୁଲବାଣୀ ସହର ରୁଗୁଡିସାହି ମୁଣ୍ଡିଆ ସାହିର ରାଘବ ବେହେରାଙ୍କ ୯ ବର୍ଷର ଝିଅ ସାନି ବେହେରା ସୋମବାର ଅପରାହ୍ନ ୨ଟାରୁ ନିଖୋଜ ଥିଲେ।
ପରିବାର ପକ୍ଷରୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ଝିଅକୁ ପାଇ ନ ଥିଲେ। ତେଣୁ ପରିବାର ଲୋକେ ସେହିଦିନ ରାତି ୮ଟାରେ ଫୁଲବାଣୀ ଟାଉନ ଥାନାରେ ଏତଲା ଦେଇଥିଲେ। ତେବେ ପୋଲିସ ଏହି ମାମଲାର ତଦନ୍ତ ଜାରି ରଖିଥିଲା। ସକାଳ ୯ଟାରେ ଜଣେ ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ପରିବାର ଲୋକଙ୍କୁ ଖବର ଦେଇଥିଲା । ପରିବାର ଲୋକ ସାନିଙ୍କୁ ଚିହ୍ନଟ କରିଥିଲେ।ମ୍ବର୍ତ୍ତମାନ ସାଇଣ୍ଟିଫିକ୍‌ ଓ ଡଗ୍‌ ସ୍କାଡ୍‌ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ବଳାତ୍କାର ପରେ ହତ୍ୟା କରାଯାଇଛି ବୋଲି ନାବାଳିକାଙ୍କ ମା ଅନିତା ବେହେରା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri