କୋଲାବ ଜଳଭଣ୍ଡାରରୁ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ

କୋରାପୁଟ,୫ା୧୦(ଅମିତାଭ ବେହେରା): ଦୁଇଦିନ ତଳେ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହ ରବିବାର ସକାଳେ କୋଲାବ ଜଳଭଣ୍ଡାରରୁ ଉଦ୍ଧାର ହୋଇଛି। ମୃତକ ଜଣକ ସୁନାବେଡ଼ା ଥାନା ପୁରୁଣା ଡୁମୁରିପୁଟ ଗ୍ରାମର ୩୬ ବର୍ଷୀୟ ଡମୁ ଆମାପାଡିଆ ବୋଲି ଜଣାପଡ଼ିଛି। ମୃତ ଡମୁ ଗତ ଦୁଇଦିନ ହେଲା ନିଖୋଜ ଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରୁଥିବାବେଳେ ରବିବାର ସକାଳେ କୋରାପୁଟ ଟାଉନ ଥାନା ଅନ୍ତର୍ଗତ ହାଟପଦା ଶ୍ମଶାନ ନିକଟରେ କୋଲାବ ଜଳଭଣ୍ଡାରରେ ଏକ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପ୍ରଚାର ହେବା ପରେ ମୃତ ଡମୁର ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଚିହ୍ନଟ କରିଥିଲେ। କୋରାପୁଟ ଟାଉନ ଥାନା ପୋଲିସ ଓ ଡୁମୁରିପୁଟ ଫାଣ୍ଡି ପୋଲିସ ଓଡ୍ରାଫ୍‌ ଟିମ୍‌ ସହ ପହଞ୍ଚି ମୃତଦେହ ଉଦ୍ଧାର କରି କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। କୋରାପୁଟ ଟାଉନ ଥାନାରେ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Khandagiri Magh Mela: କାହ୍ନାଙ୍କ ପରେ କ୍ଷୀତିଶଙ୍କ ପାଳି, ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Magh Mela ରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri