ଚଳନ୍ତା ବସ୍‌ରେ ଯାତ୍ରୀଙ୍କ ମୃତଦେହ

ଆନନ୍ଦପୁର,୨୫ା୧(ସ୍ବ.ପ୍ର.): ଘଟଗାଁରେ ମା’ ତାରିଣୀଙ୍କ ଦର୍ଶନ ସାରି ଫେରିବା ସମୟରେ ଘଟିଛି ଅଘଟଣ। ଚଳନ୍ତା ବସ୍‌ରୁ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ଭୁବନେଶ୍ୱର ଫୁଲନଖରା ଅଞ୍ଚଳର କିଛି ପର୍ଯ୍ୟଟକ ମା’ ତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ୨୦ ନଂ ଜାତୀୟ ରାଜପଥ ବିର୍ସାମୁଣ୍ଡା ଛକ ନିକଟରେ ଚଳନ୍ତା ବସ୍‌ରୁ ଜଣେ ପର୍ଯ୍ୟଟକ ଖସିପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କୁ ବସ୍‌ ଯୋଗେ ନିଆଯାଇଥିଲା। ଖବର ପାଇ ଘସିପୁରା ପୋଲିସ ହନପୁର ଟୋଲ୍‌ଗେଟ୍‌ ନିକଟରୁ ମୃତ ବୃକ୍ତିଙ୍କ ମୃତଦେହ ଜବତ କରି ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ବସ୍‌ରେ ଥିବା ଅନ୍ୟ ଯାତ୍ରୀମାନେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ଆଣୁଥିଲେ। କିନ୍ତୁ ଟୁରିଷ୍ଟ ବସ୍‌ ହୋଇଥିବାରୁ ସେମାନେ ଡାକ୍ତରଖାନାକୁ ଅତିକ୍ରମ କରି ପଳାଇଥିଲେ। ଆମ୍ଭେ ଖବର ପାଇ ଟୋଲ୍‌ଗେଟ୍‌ ପାଖରେ ପହଞ୍ଚି ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିଥିବା ଘସିପୁରା ଥାନାଧିକାରୀ ବିକ୍ରମ କୁମାର ଭୁୟାଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?