ଦେବଗିରି ଜଳକୁଣ୍ଡରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ରାୟଗଡ଼ା,୨୬।୩(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ମହକୁମାସ୍ଥିତ ଐତିହାସିକ ଶୈବପୀଠ ଦେବଗିରି ପାହାଡ଼ରୁ ପୋଲିସ ରବିବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତା ଛାତ୍ରୀ ହେଲେ ବିରେନ ଗୌଡ଼ଙ୍କ ଝିଅ ଦେବକୀ। ତାଙ୍କ ଘର କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମରେ। ସେ କଲ୍ୟାଣସିଂହପୁରସ୍ଥିତ ଦେବଗିରି ମହାବିଦ୍ୟାଳୟରେ ଯୁକ୍ତ ୩ ପ୍ରଥମ ବର୍ଷରେ ପଢୁଥିଲେ।

ମିଳିଥିବା ସୂଚନା ମୁତାବକ, କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମର ଗୋଟିଏ ପରିବାରର ତିନି ଭାଇଙ୍କ ୩ ଝିଅ କଲ୍ୟାଣସିଂହପୁରରେ ରହି ମହାବିଦ୍ୟାଳୟରେ ପଢୁଥିଲେ। ହେଲେ ବୁଧବାର ଦେବକୀ ତାଙ୍କ ଦାଦାଝିଅ ତଥା ଦୁଇ ଭଉଣୀଙ୍କୁ ଜୀବନ ହାରିଦେବାକୁ କହିଥିଲେ। ଏପରିକି ସେ ପରିବାର ଲୋକଙ୍କୁ ମଧ୍ୟ ଏଭଳି ଏକ ମେସେଜ୍‌ କରିଥିଲେ।

ଏଭଳି ସ୍ଥିତିରେ ଗୁରୁବାର ଦେବକୀଙ୍କୁ ନ ପାଇ ଦୁଇ ଭଉଣୀ ପରିବାର ଲୋକଙ୍କୁ ଘଟଣା ସଂକ୍ରାନ୍ତରେ ଜଣାଇଥିଲେ। ଖବର ପାଇ ପରିବାର ଲୋକେ ପହଞ୍ଚତ୍ ଖୋଜାଖୋଜି କରିଥିଲେ। ସେତିକିବେଳେ ପାହାଡ଼ରୁ ପ୍ରଥମେ ଦେବକୀଙ୍କ ଚପଲ ପାଇଥିଲେ। ହେଲେ ତାଙ୍କୁ ପାଇ ନ ଥିଲେ। ଦୁଇଦିନ ଖୋଜିବା ପରେ ମଧ୍ୟ ଦେବକୀଙ୍କ କୌଣସି ପତ୍ତା ମିଳି ନ ଥିଲା। ରବିବାର ପୁଣି ଦେବଗିରି ପାହାଡ଼ ଉପରେ ପରିବାର ଲୋକେ ଖୋଜାଖୋଜି କରିଥିଲେ। ସେଠାରେ ଥିବା ଏକ ଜଳକୁଣ୍ଡରେ ଦେବକୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏପରି କି ଓଢ଼ଣିରେ ପ୍ରାୟ ୫ କିଲୋ ଓଜନର ଏକ ପଥର ବନ୍ଧାହୋଇ ତାଙ୍କ ମୃତଦେହରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ଏନେଇ କଲ୍ୟାଣସିଂହପୁର ଥାନାକୁ ଖବର ଦେଇଥିଲେ। ଖବର ପାଇ ଥାନା ଅଧିକାରୀ ମୁକୁନ୍ଦଦେବ ନାୟକ, ଏସ୍‌ଆଇ ଶିବ ପ୍ରସାଦ ସାହୁ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ଜଳକୁଣ୍ଡରୁ ମୃତଦେହ ଉଦ୍ଧାର କରିଥିଲେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି। ପରେ ରାୟଗଡ଼ା ଏସ୍‌ଡିପିଓ ଦେବଜ୍ୟୋତି ଦାସ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri