ଦେବଗିରି ଜଳକୁଣ୍ଡରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ରାୟଗଡ଼ା,୨୬।୩(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ମହକୁମାସ୍ଥିତ ଐତିହାସିକ ଶୈବପୀଠ ଦେବଗିରି ପାହାଡ଼ରୁ ପୋଲିସ ରବିବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତା ଛାତ୍ରୀ ହେଲେ ବିରେନ ଗୌଡ଼ଙ୍କ ଝିଅ ଦେବକୀ। ତାଙ୍କ ଘର କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମରେ। ସେ କଲ୍ୟାଣସିଂହପୁରସ୍ଥିତ ଦେବଗିରି ମହାବିଦ୍ୟାଳୟରେ ଯୁକ୍ତ ୩ ପ୍ରଥମ ବର୍ଷରେ ପଢୁଥିଲେ।

ମିଳିଥିବା ସୂଚନା ମୁତାବକ, କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମର ଗୋଟିଏ ପରିବାରର ତିନି ଭାଇଙ୍କ ୩ ଝିଅ କଲ୍ୟାଣସିଂହପୁରରେ ରହି ମହାବିଦ୍ୟାଳୟରେ ପଢୁଥିଲେ। ହେଲେ ବୁଧବାର ଦେବକୀ ତାଙ୍କ ଦାଦାଝିଅ ତଥା ଦୁଇ ଭଉଣୀଙ୍କୁ ଜୀବନ ହାରିଦେବାକୁ କହିଥିଲେ। ଏପରିକି ସେ ପରିବାର ଲୋକଙ୍କୁ ମଧ୍ୟ ଏଭଳି ଏକ ମେସେଜ୍‌ କରିଥିଲେ।

ଏଭଳି ସ୍ଥିତିରେ ଗୁରୁବାର ଦେବକୀଙ୍କୁ ନ ପାଇ ଦୁଇ ଭଉଣୀ ପରିବାର ଲୋକଙ୍କୁ ଘଟଣା ସଂକ୍ରାନ୍ତରେ ଜଣାଇଥିଲେ। ଖବର ପାଇ ପରିବାର ଲୋକେ ପହଞ୍ଚତ୍ ଖୋଜାଖୋଜି କରିଥିଲେ। ସେତିକିବେଳେ ପାହାଡ଼ରୁ ପ୍ରଥମେ ଦେବକୀଙ୍କ ଚପଲ ପାଇଥିଲେ। ହେଲେ ତାଙ୍କୁ ପାଇ ନ ଥିଲେ। ଦୁଇଦିନ ଖୋଜିବା ପରେ ମଧ୍ୟ ଦେବକୀଙ୍କ କୌଣସି ପତ୍ତା ମିଳି ନ ଥିଲା। ରବିବାର ପୁଣି ଦେବଗିରି ପାହାଡ଼ ଉପରେ ପରିବାର ଲୋକେ ଖୋଜାଖୋଜି କରିଥିଲେ। ସେଠାରେ ଥିବା ଏକ ଜଳକୁଣ୍ଡରେ ଦେବକୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏପରି କି ଓଢ଼ଣିରେ ପ୍ରାୟ ୫ କିଲୋ ଓଜନର ଏକ ପଥର ବନ୍ଧାହୋଇ ତାଙ୍କ ମୃତଦେହରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ଏନେଇ କଲ୍ୟାଣସିଂହପୁର ଥାନାକୁ ଖବର ଦେଇଥିଲେ। ଖବର ପାଇ ଥାନା ଅଧିକାରୀ ମୁକୁନ୍ଦଦେବ ନାୟକ, ଏସ୍‌ଆଇ ଶିବ ପ୍ରସାଦ ସାହୁ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ଜଳକୁଣ୍ଡରୁ ମୃତଦେହ ଉଦ୍ଧାର କରିଥିଲେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି। ପରେ ରାୟଗଡ଼ା ଏସ୍‌ଡିପିଓ ଦେବଜ୍ୟୋତି ଦାସ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri