ମନ୍ଦିର କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଜବତ

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବଡ଼ଶାସନଠାରେ ଥିବା ବାଲୁଙ୍କେଶ ମହେଶ ମନ୍ଦିରରେ କାମ କରୁଥିବା ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ କରିଛି। ତାଙ୍କ ନାମ ଗୋପାଳ ନାୟକ(୫୫)। ତାଙ୍କ ଘର ବୀରବରପୁର ପାଟଣା ସାହିରେ ବୋଲି ଜଣାପଡ଼ିଛି। ଏହା ହତ୍ୟା କି ଆତ୍ମହତ୍ୟା ବୋଲି ଜଣାପଡୁ ନ ଥିଲେ ହେଁ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇ ତଦନ୍ତ କରୁଛି।

ପୋଲିସ କହିବା ଅନୁଯାୟୀ, ଗୋପାଳ ଶୁକ୍ରବାର ମନ୍ଦିରର ଚାବିକାଠି ହଜାଇ ଖୋଜାଖୋଜି କରୁଥିଲେ। ଆଜି ସକାଳେ ସେ ଘରୁ ଚା’ ପିଇ ବାହାରିଥିଲେ। ତେବେ ପରେ ତାଙ୍କର ଝୁଲନ୍ତା ମୃତଦେହ ମନ୍ଦିର ନିକଟ ପଡ଼ିଆ ଏକ ଶୁଖିଲା କାଠରୁ ଉଦ୍ଧାର କରାଯାଇଥିଲା। ତେବେ ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ପରିବାର ଏବଂ ଗାଁ ଲୋକେ ଏହାକୁ ହତ୍ୟା ଅଭିଯୋଗ କରି ତଦନ୍ତ ଦାବି କରିଛନ୍ତି। ମୃତ୍ୟୁ ପରେ ପରିବାର ଲୋକ ମନ୍ଦିର ସମ୍ମୁଖରେ ଏକତ୍ରିତ ହୋଇ ପ୍ରତିବାଦ ଜଣାଇ କ୍ଷତିପୂରଣ ଦେବା ସହ ନିରପେକ୍ଷ ତଦନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri