ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ ଭଡାଘରୁ ରବିବାର ପୋଲିସ ଜବତ କରିଛି। ରେଢାଖୋଲ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଳୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ କରୁଛି।

କେନ୍ଦ୍ରାପଡ଼ା ଜିଲା ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ବଡପଲି ଗ୍ରାମର ମୂଳବାସିନ୍ଦା କ୍ଷିରୋଦ କୁମାର ବଳ ନାକଟୀଦେଉଳ ତହସିଲ କାର୍ଯ୍ୟାଳୟରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଥିଲେ। ରେଢାଖୋଲ ସହରର ଗଣେଷନଗରରେ ସେ ଏକ ଭଡାଘରେ ରହୁଥିଲେ।

ସେ ରବିବାର ବିଳମ୍ବିତ ସମୟ ପର୍ଯ୍ୟନ୍ତ ନ ଉଠିବାରୁ ପଡୋଶୀ ଲୋକେ କବାଟ ବାଡେଇ ଡାକିଥିଲେ। ହେଲେ ସେ କବାଟ ନ ଖୋଲିବାରୁ ସେମାନେ ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ରେଢାଖୋଲ ପୋଲିସ ମାଜିଷ୍ଟ୍ରେଟ ଅତିରକ୍ତ ତହସିଲଦାର ଅଜିତ ଦେହୁରୀଙ୍କ ଉପସ୍ଥିତିରେ ଘର କବାଟ ଭାଙ୍ଗି ମୃତଦେହ ଜବତ କରିଥିଲା। ପରେ ସମ୍ନଲପୁରରୁ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସାହାଯ୍ୟରେ ଘଟଣାର ତଦନ୍ତ କରିଥିଲେ। ମୃତ୍ୟୁର କାରଣ ଜଣାପଡି ନ ଥିବା ପୋଲିସ କହିଛି। ପରିବାର ଲୋକେ ରେଢାଖୋଲରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପରେ ନିଜ ଗ୍ରାମକୁ ନେଇଯାଇଛନ୍ତି। ମୃତଙ୍କ ସ୍ତ୍ରୀ ଓ ଦୁଇପିଲା ନିଜ ଗାଁରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri