ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ ଅଧ୍ୟାପକ ହୋଇଥିବା ଜଣାପଡିଛି ।

ସୂଚନା ଅନୁସାରେ, ଜଣେ ଯୁବକଙ୍କ ମୃତଦେହ ପାଣିରେ ଭାସୁଥିବା ନେଇ କିଛି ପର୍ଯ୍ୟଟକ ଦେଖିଥିଲେ । ତତକ୍ଷଣାତ ସେମାନେ ଆମ୍ବୁଲାନ୍ସକୁ ଫୋନ କରିଥିଲେ । ଖବର ପାଇବାର କିଛି ସମୟ ପରେ ଆମ୍ବୁଲାନ୍ସ ଆସି ମୃତଦେହକୁ ଦେଖି ଫେରିଯାଇଥିଲେ । ପରେ ସେମାନେ ପୋଲିସକୁ ଫୋନ କରିଥିଲେ । ତେବେ ଘଟଣାସ୍ଥଳରେ ରା – ଉଦୟଗିରି ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ମୃତ୍ୟୁର କାରଣ ଉପରେ ଅଧିକ ତଦନ୍ତ କରୁଛି ।

ସୂଚନା ପ୍ରକାରେ ପ୍ରାଥମିକ ତଦନ୍ତରୁ ଜଣା ପଡିଛି ଯେ, ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ଏବଂ ଜଗତସିଂପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ଗଜରାଜପୁର ଗ୍ରାମର । ସେ ବ୍ରହ୍ମପୁରର ଏକ ଘରୋଈ କଲେଜର ଜଣେ ଅଧ୍ୟାପକ ବୋଲି ଜଣାପଡିଛି, ପୋଲିସ ତାଙ୍କ ପରିବାର ଲୋକଙ୍କୁ ଫୋନ ମାଧ୍ୟମରେ ଖବର ଦେଇଛନ୍ତି । ପରିବାର ପକ୍ଷରୁ କେହି ଆସିଲେ ଶବ ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡିକୁ ପଠାଯିବ ବୋଲି ରା -ଉଦୟଗିରି ଥାନା ସବଇନ୍ସପେକ୍ଟର ସ୍ୱପ୍ନାରାଣୀ ବେହେରା କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ଗାଁରେ ଚାଞ୍ଚଲ୍ୟ: ଘରେ ଆତ୍ମହତ୍ୟା କଲେ ନାବାଳିକା, ପୋଲିସ ପହଞ୍ଚି…

ଗୁଣପୁର,୧୦।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହରର ପୁରୁଣା ଗୁଣପୁର ଉପର ସଉରା ସାହିରେ ଜଣେ ୧୪ ବର୍ଷୀୟା ନାବାଳିକା ଘରେ ଆତ୍ମହତ୍ୟା କରିଥିବା ଘଟଣା ଘଟିଛି।…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri