ଫୋନ୍‌ କଲ୍‌ ଆସିବାରୁ ଘରୁ ବାହାରି ଯାଇଥିଲେ, ପୋଖରୀରୁ ମିଳିଲା ମୃତଦେହ

ହିଞ୍ଜିଳିକାଟୁ,୩।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମ ବୈଷ୍ଣବ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ବେଲଗାଁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମର ସୀମାଞ୍ଚଳ ସାହୁ(୩୭)। ଏ ନେଇ ମୃତକଙ୍କ ସ୍ତ୍ରୀ ଗୀତା ସାହୁ ବେଲଗାଁ ଥାନାରେ ଏକ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ବେଲଗାଁ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୫/୨୪) ରୁଜୁ କରିଛି। ପୋଲିସ ଶବ ଜବତ ପରେ ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ପୁଲିସ ଘଟଣାର ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, ଶନିବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟା ସମୟରେ ସୀମାଞ୍ଚଳଙ୍କ ମୋବାଇଲ ଫୋନ୍‌କୁ ଏକ କଲ୍‌ ଆସିଥିଲା। ପରେ ସେ ଘରୁ ବାହାରି ଫେରି ନ ଥିଲେ। ଦୀର୍ଘ ସମୟ ଧରି ସେ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ପାରି ନ ଥିଲେ।

ରବିବାର ସକାଳେ ପୋଖରୀ ହୁଡାରେ ସୀମାଞ୍ଚଳଙ୍କ ପ୍ୟାଣ୍ଟ, ସାର୍ଟ ଓ ଗାମୁଛା ପଡିଥିବା ପରିବାର ଲୋକେ ଦେଖି ପୋଖରୀରେ ବୁଡି ଯାଇଥିବା ସନ୍ଦେହ କରି କୁକୁଡାଖଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ସୀମାଞ୍ଚଳଙ୍କ ମୃତଦେହ ଉଦ୍ଧାର କରିଥିଲେ। ଖବର ପାଇ ବେଲଗାଁ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ହେଲେ ସୀମାଞ୍ଚଳଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri