ଫୋନ୍‌ କଲ୍‌ ଆସିବାରୁ ଘରୁ ବାହାରି ଯାଇଥିଲେ, ପୋଖରୀରୁ ମିଳିଲା ମୃତଦେହ

ହିଞ୍ଜିଳିକାଟୁ,୩।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମ ବୈଷ୍ଣବ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ବେଲଗାଁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମର ସୀମାଞ୍ଚଳ ସାହୁ(୩୭)। ଏ ନେଇ ମୃତକଙ୍କ ସ୍ତ୍ରୀ ଗୀତା ସାହୁ ବେଲଗାଁ ଥାନାରେ ଏକ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ବେଲଗାଁ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୫/୨୪) ରୁଜୁ କରିଛି। ପୋଲିସ ଶବ ଜବତ ପରେ ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ପୁଲିସ ଘଟଣାର ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, ଶନିବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟା ସମୟରେ ସୀମାଞ୍ଚଳଙ୍କ ମୋବାଇଲ ଫୋନ୍‌କୁ ଏକ କଲ୍‌ ଆସିଥିଲା। ପରେ ସେ ଘରୁ ବାହାରି ଫେରି ନ ଥିଲେ। ଦୀର୍ଘ ସମୟ ଧରି ସେ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ପାରି ନ ଥିଲେ।

ରବିବାର ସକାଳେ ପୋଖରୀ ହୁଡାରେ ସୀମାଞ୍ଚଳଙ୍କ ପ୍ୟାଣ୍ଟ, ସାର୍ଟ ଓ ଗାମୁଛା ପଡିଥିବା ପରିବାର ଲୋକେ ଦେଖି ପୋଖରୀରେ ବୁଡି ଯାଇଥିବା ସନ୍ଦେହ କରି କୁକୁଡାଖଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ସୀମାଞ୍ଚଳଙ୍କ ମୃତଦେହ ଉଦ୍ଧାର କରିଥିଲେ। ଖବର ପାଇ ବେଲଗାଁ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ହେଲେ ସୀମାଞ୍ଚଳଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri