ଗ୍ରୁପ୍‌ କିସ୍ତି ଟଙ୍କା ଦେବାକୁ ବାପଘର ଆସିଥିଲେ ମହିଳା, ଆଜି ପୋଖରୀରେ ଭାସୁଥିଲା ମୃତଦେହ

ମୋରଡ଼ା,୨୯ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି ପୋଲିସ।
ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ସାନମୁଣ୍ଢାବଣି ପଞ୍ଚାୟତର ଉଲୁମୁଣ୍ଡି ଜୁଗୁନି ସାହିର ଏକ ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଭାସୁଥିବାର ଗ୍ରାମବାସୀ ଦେଖିଥିଲେ। ଖବର ପାଇ ଘଟଣାସ୍ଥଳରେ ଚିତ୍ରଡ଼ା ଦମକଳ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ସେହିପରି ମୋରଡ଼ା ଥାନା ଅଧିକାରୀ ସତ୍ୟନାରାୟଣ ବଳ ଓ ଏଏସ୍‌ଆଇ ଦୀନବନ୍ଧୁ ଦେହୁରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ପଠାଇଥିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ମୃତକ ଜଣକ ହେଲେ ଉକ୍ତ ପଞ୍ଚାୟତର ବାଘାଝରଣା ଗ୍ରାମର ପାରାଓ଼ ହାଁସଦାଙ୍କ ସ୍ତ୍ରୀ ସୁମିତ୍ରା।

ସୁମିତ୍ରାଙ୍କ ମା’ରାଇମଣି ସୋରେନଙ୍କ କହିବା ମୁତାବକ, ସୁମିତ୍ରା ଗତ ମଙ୍ଗଳବାର ସନ୍ଧ୍ୟରେ କିସ୍ତି ଟଙ୍କା ଦେବାକୁ ବାପଘରକୁ ଆସିଥିଲେ ଏବଂ ଟଙ୍କା ଦେଇ ଚାଲିଯାଇଥିଲେ l ତେବେ ଗୁରୁବାର ସକାଳୁ ଗ୍ରାମବାସୀ ସୁମିତ୍ରାଙ୍କ ମୃତଦେହ ଉକ୍ତ ପୋଖରୀରେ ଭାସୁଥିବାର ଦେଖି ଖବର ଦେଇଥିଲେ। ତେବେ ସାନମୁଣ୍ଢାବଣି ଆରଆଇ କୃଷ୍ଣମୋହନ ମହାନ୍ତ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ମିଳିବ ବୋଲି କହିଥିଲେ ଏବଂ ସରପଞ୍ଚ ମାଇନ ମାର୍ଣ୍ଡି ମଧ୍ୟ ଯଥାଶୀଘ୍ର ମୃତକଙ୍କ ପରିବାରକୁ ହରିଶ୍ଚନ୍ଦ୍ର ଯୋଜନାର ଆର୍ଥିକ ସହାୟତା ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri