ରେଙ୍ଗାଲି ଡ୍ୟାମ୍‌ରୁ ମିଳିଲା ମୃତ ହାତୀ ଶାବକ

ଦେବଗଡ଼,୭ା୧(ଡି.ଏନ.ଏ) ଦେବଗଡ ବନଖଣ୍ଡ ବାରକୋଟ ଫରେଷ୍ଟ ରେଞ୍ଜ୍‌ ଓ ବଳମ ସେକ୍ସନ ଅନ୍ତର୍ଗତ ମୂଷାବରି ଗ୍ରାମ ନିକଟ ରେଙ୍ଗାଲି ଡ୍ୟାମ୍‌ ଜଳଭଣ୍ଡାରରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ହାତୀ ଶାବକର ମୃତଦେହ ଡ୍ୟାମ୍‌ରେ ଭାସୁଥିବା କେତେକ ଗ୍ରାମବାସୀ ଦେଖିବା ପରେ ଏ ନେଇ ବନ ବିଭାଗ କର୍ତୃପକ୍ଷଙ୍କୁ ସୂଚନା ଦେଇଥିଲେ। ସୂଚନା ପାଇ ବାରକୋଟ ଫରେଷ୍ଟ ରେଞ୍ଜ ଅଫିସର ଜୟଶ୍ରୀ ମୁର୍ମୁ, ଦେବଗଡ ଫରେଷ୍ଟ ରେଞ୍ଜ ଅଫିସର ଦେବଦତ୍ତ ନନ୍ଦ, ବଳମ ଫରେଷ୍ଟର ଶ୍ୟାମ ସୁନ୍ଦର ବେହେରା, ଦେବଗଡ ଫରେଷ୍ଟର ଭୀମସେନ ଶତପଥି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଜଳଭଣ୍ଡାରରୁ ହାତୀ ଶାବକର ମୃତଦେହକୁ ବାହାରକୁ ଆଣିଥିଲେ। ପରେ ଦେବଗଡ ବନଖଣ୍ଡ ଅଧିକାରୀ ମଗର ଧାନାଜୀ ରାଓସୋ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଲଳିତ ମୋହନ ସାହୁଙ୍କ ଉପସ୍ଥିତିରେ ବାରକୋଟ ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀଙ୍କ ହାତୀ ଶାବକର ମୃତଦେହ ବ୍ୟବଚ୍ଛେଦ କରିଥିଲେ। ଏହାପରେ ସେଠାରେ ଏକ ଗାତ ଖୋଳି ମୃତଦେହ ପୋତି ଦିଆଯାଇଥିଲା। ପ୍ରାୟ ୨ଦିନ ତଳେ ଉକ୍ତ ହାତୀ ଶାବକର ମୃତ୍ୟ ଘଟିଥିବା ଅନୁମାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ହାତୀ ଶାବକ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ତେବେ କୌଣସି ଦନ୍ତା ହାତୀ ଆକ୍ରମଣରେ ତାର ମୃତ୍ୟୁ ଘଟିଥାଇପାରେ ବୋଲି ବନ ବିଭାଗ ଆଶଙ୍କା ପ୍ରକାଶ କରିଛି ା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଦେବଗଡ ବନଖଣ୍ଡ ଅଧିକାରୀ ରାଓସୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri