ନଦୀରେ ଭାସୁଛି କୁଢ଼ କୁଢ଼ ମଲାମାଛ

ଆନନ୍ଦପୁର,୧୮।୬(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଜଳସୁଆଁ ନିକଟ କୁଶେଇ ନଦୀର ଗଣ୍ଡଠାରୁ ୧ କି.ମି. ପର୍ଯ୍ୟନ୍ତ ତଳମୁଣ୍ଡରେ କୁଢ଼ କୁଢ଼ ମଲାମାଛ ଭାସିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିବା ବେଳେ ଖବର ପ୍ରଚାର ପରେ ଭାସୁଥିବା ମାଛକୁ ସାଉଁଟିବା ପାଇଁ ଲୋକଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖାଦେଇଥିଲା। କେବଳ ମାଛ ନୁହେଁ ସେଠାରେ କୋଚିଆ, ଗେଣ୍ଡା, କଇଁଛ ପ୍ରଭୃତି ଜଳଚର ଜୀବ ମଧ୍ୟ ମରି ଭାସୁଥିବା ଦେଖିବାକୁ ମିଳିଥିଲା। ତେବେ ମଛ ମଡକକୁ ନେଇ ସ୍ପଷ୍ଟ କାରଣ ମିଳି ନ ଥିବାବେଳେ କେହି ଜଣେ ବିଷ ପକାଇ ଦେଇଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଆଲୋଚନା ହେଉଛି। ଘଟଣା ଜାଣିବା ପରେ ଉପଜିଲାପାଳ ଅନିଲ କୁମାର ସେଠୀ ସ୍ଥାନୀୟ ଆର୍‌ଆଇଙ୍କୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ସରପଞ୍ଚଙ୍କ ସହାୟତାରେ ଡାକବାଜି ଯନ୍ତ୍ର ଯୋଗେ ମଲାମାଛ ନ ଖାଇବାକୁ ଲୋକଙ୍କୁ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri