ଚିକେନ ଥାଳିରୁ ବାହାରିଲା ମଲା ମୂଷା: ରେଷ୍ଟୁରାଣ୍ଟ ମ୍ୟାନେଜର-କୁକ୍‌ ଗିରଫ…

ମୁମ୍ବାଇ,୧୬।୮ : ମୁମ୍ବାଇର ଜଣେ ବ୍ୟକ୍ତି ଏକ ରେଷ୍ଟୁରାଣ୍ଟରେ ଅର୍ଡର କରିଥିବା ଚିକେନ ଥାଳି ଖାଦ୍ୟରେ ତାଙ୍କୁ ଏକ ମୃତ ମୂଷା ପରିବେଷଣ କରାଯାଇଥିବା ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ରେଷ୍ଟୁରାଣ୍ଟ ମ୍ୟାନେଜର ଏବଂ ଦୁଇଜଣ କୁକଙ୍କୁ ପୋଲିସ ଗିରଫ କରାଯାଇଛି। ବୁଧବାର ଜଣେ ଅଧିକାରୀ ଏହି ସୂଚନା ପ୍ରଦାନ କରିଛନ୍ତି। ବାନ୍ଦ୍ରା ପୋଲିସ ଷ୍ଟେଶନର ଜଣେ ଅଧିକାରୀ କହିଛନ୍ତି ଏକ ବ୍ୟାଙ୍କରେ କାମ କରୁଥିବା ଗ୍ରାହକ ରବିବାର ରାତିରେ ଶପିଂ କରିବା ପରେ ଉପନଗର ବାନ୍ଦ୍ରାସ୍ଥିତ ଏକ ରେଷ୍ଟୁରାଣ୍ଟକୁ ଯାଇଥିଲେ।

ପୋଲିସର ସୂଚନାନୁସାରେ, ରବିବାର ରାତିରେ ଅନୁରାଗ ସିଂ ଏବଂ ତାଙ୍କ ବନ୍ଧୁ ଅମିନ ମୁମ୍ବାଇର ବାନ୍ଦ୍ରାସ୍ଥିତ ପଞ୍ଜାବୀ ଖାଦ୍ୟ ପରିବେଷଣ କରୁଥିବା ଏକ ରେଷ୍ଟୁରାଣ୍ଟରେ ଖାଇବାକୁ ଯାଇଥିଲେ। ଉଭୟ ବନ୍ଧୁ ଦୁଇଟି ଥାଳି ଅର୍ଡର କରିଥିଲେ। ଗୋଟିଏ ମଟନ ଥାଳି ପାଇଁ ଏବଂ ଅନ୍ୟଟି ଚିକେନ ଥାଳି ଥିଲା। ଖାଦ୍ୟ ପହଞ୍ଚିବା ପରେ ସିଂ ଚିକେନ ତରକାରୀ ଖାଇବା ଆରମ୍ଭ କରି କହିଥିଲେ। ତେବେ, ଯେତେବେଳେ ସେ ଏକ ଛୋଟ ମାଂସ ଖାଇଲେ, ସେତେବେଳେ ସେ ଅନୁଭବ କଲେ ଏହା ଚିକେନ ନୁହେଁ । ଏହାକୁ ସେ ନିରିଖେଇ ଯାଞ୍ଚ କରିବାରୁ ଏହା ଏକ ଛୋଟ ମୂଷା ବୋଲି ଜଣାପଡିଥିଲା। ସୋସିଆଲ ମିଡିଆ ଏକ୍ସରେ ଆମିନ ଏହି ବିଷୟରେ ଟୁଇଟ କରିଥିଲେ।

ପୋଲିସ ଅଧିକାରୀ କହିଛନ୍ତି ପ୍ରାରମ୍ଭରେ ଗ୍ରାହକ ଏହାକୁ ଥାଳିରେ କ’ଣ ଅଛି ଜାଣି ନ ଥିଲେ ଏବଂ ସେଥିରୁ କିଛି ଚିକେନ ଭାବି ଖାଇଥିଲେ। ଯେତେବେଳେ ଗ୍ରାହକ ରେଷ୍ଟୁରାଣ୍ଟ କର୍ମଚାରୀଙ୍କ ନିକଟରେ ଅଭିଯୋଗ କରିଥିଲେ, ସେମାନେ ତାଙ୍କ ନିକଟରେ କ୍ଷମା ମାଗିଥିଲେ, କିନ୍ତୁ ମୂଷା ଖାଇବା ପରେ ଗ୍ରାହକ ଅସୁସ୍ଥ ଅନୁଭବ କରିବା ଆରମ୍ଭ କରି ଡାକ୍ତରଙ୍କ ନିକଟକୁ ଯାଇଥିଲେ।

ଗ୍ରାହକଙ୍କ ଅଭିଯୋଗକୁ ଭିତ୍ତି କରି ରେଷ୍ଟୁରାଣ୍ଟର ମ୍ୟାନେଜର ଏବଂ ଦୁଇ ଜଣ କୁକଙ୍କୁ ଗିରଫ କରାଯାଇ ଭାରତୀୟ ପେନାଲ କୋଡର ବିଭିନ୍ନ ବିଭାଗ ଅନୁଯାୟୀ ଗିରଫ କରାଯାଇଥିଲା ବୋଲି ଅଧିକାରୀ କହିଛନ୍ତି। ସେମାନଙ୍କ ବିରୁଦ୍ଧରେ ଆଇପିସି ଧାରା ୨୭୨ (ବିକ୍ରୟ ଖାଦ୍ୟରେ ଅପମିଶ୍ରଣ) ଏବଂ ୩୩୬ (ଜୀବନ କିମ୍ବା ଅନ୍ୟର ବ୍ୟକ୍ତିଗତ ସୁରକ୍ଷା ପ୍ରତି ବିପଦ) ଲାଗୁ କରାଯାଇଛି । ପରେ ସେମାନେ ଜାମିନରେ ଖଲାସ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri