ସମୁଦ୍ର ବେଳାଭୂମିରେ ମଲା କଇଁଛ: ଖାଇଗଲେ ବିଲୁଆ, କୁକୁର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ପ୍ରାୟଗି ଗ୍ରାମସ୍ଥିତ ସମୁଦ୍ର ବେଳାଭୂମିରେ କିଛି ମଲା କଇଁଛ ପଡ଼ିଥିବା ଏବଂ ସେମାନଙ୍କୁ ବିଲୁଆ କୁକୁର ଖାଉଥିବା ଦେଖିବାକୁ ମିଳିଛି। କୌଣସି ସୂତ୍ରରୁ ଖବର ପାଇ ଖଲିକୋଟ ବନ ବିଭାଗ କର୍ମଚାରୀ ଉକ୍ତ ମଲା କଇଁଛ ଗୁଡିକୁ ଅତି ତରବରିଆ ଭାବେ ଗାତ ଖୋଲି ପୋତୁଥିବା ଏକ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି ।

ଅଗଭୀର ସମୁଦ୍ର ନୀଳ ଜଳ ରାଶିରେ ବର୍ତମାନ କଇଁଛ ମାନେ ଦଳଦଳ ବୁଲୁ ଥିବା ବେଳେ କୌଣସି କାରଣରୁ ସେମାନଙ୍କ ମୃତ୍ୟୁ ହେଉଥିବା ବେଳେ ସମୁଦ୍ର ଉଚ୍ଚ ଲହଡିରେ ମଲା କଇଁଛ ଗୁଡିକ ବେଳାଭୂମିରେ ଲାଗୁଛନ୍ତି। କିଛି କଇଁଛ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ବେଳେ କିଛି କଇଁଛ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଛି। ଆଉ କିଛି କଇଁଛର ଅନ୍ତ ବୁଜୁଳା ବାହାରି ଥିବା ଦେଖିବାକୁ ମିଳିଛି। ମଲା କଇଁଛ ସମୁଦ୍ର ଭାସି ଆସୁଛି ନା ବେଳାଭୂମିକୁ କଇଁଛ ଗୁଡିକ ଜୀବିତ ଅବସ୍ଥାରେ ଆସି ବିଲୁଆ କୁକୁରଙ୍କ ଆହାର ପାଲଟୁଛନ୍ତି ତାହା ଏବେ ବଡ଼ ପ୍ରଶ୍ନ ବାଚୀ ସୃଷ୍ଟି ହୋଇଛି। ସେଠାରେ କୋଷ୍ଟ ଗାର୍ଡ ନିୟୋଜିତ ଅଛନ୍ତି କି ନାହିଁ ତାହା ସନ୍ଦେହ ଘେରରେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ...

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri