ବେକରେ ଗାମୁଛା ଲଗାଇ ଛୁଲିପଡିଲେ ଯୁବକ, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ, ୨୬।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ପିତଳ କମାସାହିର ନଭ ଜେନା (୩୧) । ପ୍ରକାଶ ଯେ, ଯୁବକ ଜଣଙ୍କ ପ୍ରତିଦିନ ଭଳି ବୁଧବାର ଅପରାହ୍ନରେ ଘରକୁ ଫେରି ମଧ୍ୟାହ୍ନ ଭୋଜନ ସାରି ଘରର ଏକ ରୁମରୁ ଭିତରୁ କବାଟ ବନ୍ଦକରି ଶୋଇଥିଲେ। ସା ସୁଦ୍ଧା ନିଦରୁ ନ ଉଠିବାରୁ ଯୁବକଙ୍କ ସ୍ତ୍ରୀ ଡାକିଥିଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିଲା। ସନ୍ଦେହ କରି ମହିଳା ଜଣଙ୍କ ସାହି ପଡୋଶୀଙ୍କ ସହାୟତାରେ କବାଟ ଭାଙ୍ଗି ଦେଖିବା ବେଳକୁ ଯୁବକ ଜଣଙ୍କ ଛାତଦୁଲାରେ ଗାମୁଛାରୁ ଝୁଲିପଡ଼ିଥିଲେ। ଯୁବକଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର, ଯୁବକଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ନେଇ ମୃତକଙ୍କ ସ୍ତ୍ରୀ ବନିତା ଜେନା ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୩୭/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ଜବତ କରିଛି। ବ୍ୟବଚ୍ଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ଶବ ପଠାଇ ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri