ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ: ୫ ବର୍ଷ ପରେ ବି…

ଯାଜପୁର ଅଫିସ/କୋରେଇ/ ରଗଡ଼ି(ଡି.ଏନ.ଏ.),୨୫ା୭: ଯାଜପୁର ଜିଲା କୋରେଇ ଥାନା ଗୌରପୁର ପଞ୍ଚାୟତ ଯୁଗଳ ଗ୍ରାମରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ଶନିବାର ପୃଥକ୍‌ ଭାବେ ଜବତ କରାଯାଇଛି। ସେମାନେ ହେଲେ ଶାନ୍ତନୁ ଜେନା ଏବଂ ତାଙ୍କ ସ୍ତ୍ରୀ ସବିତା। ଶ୍ରମିକ ଭାବେ କାମ କରୁଥିବା ଶାନ୍ତନୁ ୨୦୧୬ରେ ପତ୍ରକଣା ଗ୍ରାମର ସବିତା ଜେନାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ୫ ବର୍ଷ ପରେ ବି ସେମାନଙ୍କ କୌଣସି ସନ୍ତାନ ଜନ୍ମ ହୋଇ ନ ଥିଲା। ଏହାକୁ ନେଇ ବିଭିନ୍ନ ସମୟରେ ସବିତାଙ୍କୁ ଟାହିଟାପରା ଶୁଣିବାକୁ ପଡୁଥିଲା। ଏହି ଘଟଣାକୁ ନେଇ ସବିତାଙ୍କ ବାପଘର ଲୋକେ ତାଙ୍କ ଝିଅକୁ ହତ୍ୟା କରାଯାଇଛି ଏବଂ ପରେ ଶାନ୍ତନୁ ଘର ବାହାରେ ଆତ୍ମହତ୍ୟା କରିଛନ୍ତି ବୋଲି କୋରେଇ ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ପାରିବାରିକ କଳହ ଏବଂ ଆର୍ଥିକ ଅନଟନରୁ ଉଭୟେ ଆତ୍ମହତ୍ୟା କରିଥିବା ଗ୍ରାମବାସୀ ସନ୍ଦେହ କରିଛନ୍ତି। ଖବର ପାଇ କୋରେଇ ଥାନା ଅଧିକାରୀ ରଞ୍ଜିତ ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଦାନଗଦୀ ଡାକ୍ତରଖାନାକୁ ପଠାଇଥିଲେ। ପୋଲିସ ଏ ନେଇ ୧୪/୨୧ ନମ୍ବରରେ ଅପମୃତ୍ୟୁ ମାମଲା ରୁଜୁୁ କରି ତଦନ୍ତ ଚଳାଇଛି।

ପଡ଼ୋଶୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ ବାହାଘରର ୫ ବର୍ଷ ପରେ ବି ସବିତାଙ୍କୁ ସନ୍ତାନ ସୁଖ ମିଳି ନ ଥିବାରୁ ସେ ମାନସିକ ଚାପରେ ରହୁଥିଲେ। ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଏହାକୁ ନେଇ ବିଭିନ୍ନ ସମୟରେ କଳହ ହେଉଥିଲା। ଶୁକ୍ରବାର ମଧ୍ୟ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ରାତିରେ ସେମାନେ ଖାଇ ଶୋଇଥିଲେ। କିଛି ସମୟ ପରେ ଅନ୍ୟ ଏକ କୋଠରୀରେ ସବିତାଙ୍କ ଝୁଳନ୍ତା ମୃତଦେହକୁ ଶାନ୍ତନୁ ଦେଖିବାକୁ ପାଇ ପରିବାର ଲୋକଙ୍କୁ ଡାକ ପକାଇଥିଲେ। ପାଖରେ ରହୁଥିବା ଶାନ୍ତନୁଙ୍କ ପରିବାର ଲୋକେ ଏବଂ ପଡୋଶୀମାନେ ସେଠାରେ ରୁଣ୍ଡ ହୋଇଥିଲେ। ଏହି ସମୟରେ ହଠାତ୍‌ ଶାନ୍ତନୁ କେଉଁଆଡ଼େ ଚାଲି ଯାଇଥିଲେ। ସେ ଘରକୁ ନ ଫେରିିବାରୁ ପରିବାର ଲୋକେ ଖୋଜାଖୋଜି କରି ପାଇ ନ ଥିଲେ। ଶନିବାର ସକାଳୁ ଶାନ୍ତନୁଙ୍କ ଝୁଲନ୍ତା ଶରୀରକୁ ଘର ବାରିପଟ ଏକ କରଞ୍ଜ ଗଛରେ ଦେଖିବାକୁ ପାଇଥିଲେ। ଏ ସଂକ୍ରାନ୍ତରେ କୋରେଇ ଥାନାଧିକାରୀ ମହାନ୍ତି କହିଛନ୍ତି ଯେ, ସ୍ବାମୀସ୍ତ୍ରୀ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ଏନେଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri