ବାଗଝୋଲା ନଦୀଘାଟରୁ ଗଳିତ ମୃତଦେହ ଜବତ, ହତ୍ୟା ପରେ ଆଳୁ ବସ୍ତାରେ ଭର୍ତ୍ତି କରି ଫିଙ୍ଗିଥିବା ସନ୍ଦେହ

ଥୁଆମୂଳ ରାମପୁର, ୨୩।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ଏକ ଶିହରଣକାରୀ ଘଟଣା ସାମ୍ନାକୁ ଆସିଛି। ଇନ୍ଦ୍ରାବତୀ ନଦୀର ବାଗଝୋଲା ଘାଟ ନିକଟରୁ ଏକ ଅଜଣା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ଏକ ଆଳୁ ବସ୍ତାରେ ଭର୍ତ୍ତି ହୋଇ ପଡ଼ିରହିଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି।

ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଥୁଆମୂଳ ରାମପୁର ଥାନା ଅଧିକାରୀ କୈବଲ୍ୟ ସେଠ୍‌ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶକ୍ରମେ ଏସଆଇ (SI) ସନ୍ତୋଷ କୁମାର ସେଠୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ସେଠାରେ ପ୍ରାଥମିକ ତଦନ୍ତ ସାରି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଏନେଇ କୁମାରକାଣୀ ଗ୍ରାମରକ୍ଷୀ ସୋମନାଥ ନାଏକଙ୍କ ଲିଖିତ ଅଭିଯୋଗ ଆଧାରରେ କେସ୍ ନମ୍ବର ୩/୨୬ (U/D Case) ରୁଜୁ କରାଯାଇ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରାଯାଇଛି।

ସବୁଠାରୁ ଆଶ୍ଚର୍ଯ୍ୟଜନକ ବିଷୟ ହେଉଛି, ମୃତଦେହଟି ପ୍ରାୟ ମାସେରୁ ଅଧିକ ସମୟ ଧରି ନଦୀ ପଠାରେ ପଡ଼ି ରହିଥିଲା। ଶରୀରରୁ ମାଂସ ଛାଡ଼ି କେବଳ ହାଡ଼ ଦୃଶ୍ୟମାନ ହେଉଥିବା ବେଳେ ପ୍ରବଳ ଦୁର୍ଗନ୍ଧ ହେଉଥିଲା। ତଥାପି ସ୍ଥାନୀୟ ଅଞ୍ଚଳର କୌଣସି ବ୍ୟକ୍ତି ପୋଲିସକୁ ସୂଚନା ନଦେବା ଏବଂ ଘଟଣା ବିଷୟରେ ଚୁପ୍ ରହିବା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୋଲିସର ସୂଚନା ମୁତାବକ, ନିକଟ ଅତୀତରେ ଥାନାରେ କୌଣସି ମହିଳା ନିଖୋଜ ଥିବା ନେଇ ମଧ୍ୟ ଅଭିଯୋଗ ହୋଇନାହିଁ। ତେଣୁ ଏହି ଅଜଣା ମହିଳା ଜଣକ କିଏ ଏବଂ କେଉଁଠାରୁ ଆସିଲେ, ତାହା ରହସ୍ୟାବୃତ୍ତ ହୋଇ ରହିଛି।

ଏହି ଅତ୍ୟନ୍ତ ଗଳିତ ମୃତଦେହକୁ ଉଦ୍ଧାର କରିବା ସମୟରେ ଥାନାର ହୋମଗାର୍ଡ ତିଲସିଂ ମାଝୀ ଏବଂ ସୁଇପର ଭିବି ନାଏକ ଯେଉଁ ସାହସିକତା ଓ ମାନବିକତା ଦେଖାଇଛନ୍ତି, ତାହା ଅନ୍ୟମାନଙ୍କ ପାଇଁ ଏକ ଉଦାହରଣ। ଦୁର୍ଗନ୍ଧମୟ ମୃତଦେହକୁ ସ୍ଥାନୀୟ ଲୋକେ ଘୃଣା କରୁଥିବା ବେଳେ ଏହି ଦୁଇ କର୍ମଚାରୀ କୁଣ୍ଠାବୋଧ ନ କରି ମୃତଦେହଟିକୁ ଏକ ପଲିଥିନ୍ (ଜରି) ରେ ଗୁଡ଼ାଇ ବାନ୍ଧିଥିଲେ ଏବଂ ଏକ ଭାର ସାହାଯ୍ୟରେ ନିଜ କାନ୍ଧରେ ବୋହି ଦୁର୍ଗମ ନଦୀ ପଠାରୁ ମୁଖ୍ୟ ରାସ୍ତାରେ ଥିବା ‘ମହାପ୍ରୟାଣ’ ଗାଡ଼ି ପର୍ଯ୍ୟନ୍ତ ଆଣିଥିଲେ। ସେମାନଙ୍କର ଏହି ନିସ୍ୱାର୍ଥପର କର୍ତ୍ତବ୍ୟନିଷ୍ଠାକୁ ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି।

ଶୁକ୍ରବାର ସକାଳେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ କରାଯିବ। ମୃତକଙ୍କ ପରିଚୟ ଓ ବୟସ ନିରୂପଣ ପାଇଁ ହାଡ଼ (Bone Test) ଓ ଅନ୍ୟାନ୍ୟ ନମୁନା ସଂଗ୍ରହ କରାଯାଇ Testing Lab କୁ ପଠାଯିବ। ମହିଳାଙ୍କୁ ହତ୍ୟା କରି ବସ୍ତାରେ ଭର୍ତ୍ତି କରି ନଦୀକୁ ଫିଙ୍ଗି ଦିଆଯାଇଛି ନା ଏହା ବାହାର ଅଞ୍ଚଳରୁ ବୋହି ଆସିଛି, ସେ ନେଇ ପୋଲିସ ସବୁ ଦିଗରୁ ଖୋଳତାଡ଼ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri