ଟ୍ରଲିରେ ବୁହାହେଲା ମୃତଦେହ

କୋଣାର୍କ,୬ା୮(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତ ସହ ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଲୋକେ ଭୟରେ ସାଧାରଣ ରୋଗରେ ମୃତବ୍ୟକ୍ତିଙ୍କୁ ମଧ୍ୟ ସ୍ପର୍ଶ କରୁ ନାହାନ୍ତି। ଏଭଳି ଜଣଙ୍କ ମୃତଦେହକୁ ଉଠାଇବାରେ ଗ୍ରାମବାସୀ ସହାୟତା ନ କରିବାରୁ ଶେଷରେ ଏକ ଟ୍ରଲି ଜରିଆରେ ଶ୍ମଶାନ ନିଆଯାଇଛି। ଏହି ସ୍ପର୍ଶକାତର ଘଟଣା କୋଣାର୍କ ଥାନା ଅନ୍ତର୍ଗତ ବନାଖଣ୍ଡି ପଞ୍ଚାୟତର ମାଙ୍କରଗୋରଡ଼ି ଗ୍ରାମରେ ବୁଧବାର ଦେଖିବାକୁ ମିଳିଛି। ଏହି ଗ୍ରାମର ଜଣେ ୨୭ ବର୍ଷର ଯୁବକ ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରାଣ ହରାଇଥିଲେ। ସେ ଗତ୧୦ ଦିନ ହେବ ଜ୍ୱରରେ ପୀଡ଼ିତ ଥିଲେ। ଜ୍ୱର ନ ଛାଡିବାରୁ ଚିକିତ୍ସା ନିମନ୍ତେ ସେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ବୁଧବାର ତାଙ୍କ କୋଭିଡ୍‌ ଟେଷ୍ଟ ହେବାର ଥିଲା। ହେଲେ ଟେଷ୍ଟ ପୂର୍ବରୁ ସେ ପ୍ରାଣ ହରାଇଥିଲେ। ସକାଳୁ ଏହି ଘଟଣା ଜଣାପଡ଼ିବା ପରେ ଯୁବକ ଜଣକ କରୋନା ପଜିଟିଭ ଯୋଗୁ ମୃତ୍ୟୁ ହରାଇଥିବା ଗ୍ରାମରେ ଗୁଜବ ହୋଇଯାଇଥିଲା। ଫଳରେ ଗ୍ରାମବାସୀ ଏହି ପରିବାରକୁ ସହାୟତା କରି ନ ଥିଲେ। ମୃତଦେହକୁ କାନ୍ଧେଇ ଶ୍ମଶାନକୁ ନେବାକୁ ସମସ୍ତେ ଅରାଜି ହୋଇଥିଲେ। ଫଳରେ ମୃତଦେହଟି ବୁଧବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଘର ବାରଣ୍ଡାରେ ପଡ଼ିରହିଥିଲା। ଖବରପାଇ କୋଣାର୍କ ଏନଏସି ନିର୍ବାହୀ ଅଧିକାରୀ ଏମ୍‌. ଶ୍ରୀନିବାସ ମାନବିକତାର ପରିଚୟ ଦେଇଖାଇଥିଲେ। ଉକ୍ତ ପରିବାରକୁ ସହଯୋଗ ପାଇଁ ଏନଏସି ନୋଡାଲ ଅଫିସର ଭାଗୀରଥି ବରାଳ ଏବଂ ଅନ୍ୟ ଦୁଇ ଜଣଙ୍କୁ ଘଟଣାସ୍ଥଳକୁ ପଠାଇଥିଲେ। ପରେ ଅଧିକାରୀଙ୍କ ସହ କେତେଜଣ କର୍ମଚାରୀ ଆସି ପିପିଇ କିଟ୍‌ ଦେବା ପରେ ସମ୍ପର୍କୀୟଙ୍କ ସମେତ ଏହି ଗ୍ରାମର ୨ ଜଣ ଟ୍ରଲିରେ ମୃତଦେହକୁ ନେଇ ନିକଟସ୍ଥ ଗ୍ରାମ ଶ୍ମଶାନରେ ଦାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?