ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ ଖର୍ଚ୍ଚ ସଂକ୍ରାନ୍ତରେ ଶେଷ ସମୟସୀମା ବା ଡେଡ୍‌ଲାଇନ୍‌ ଟଣାଯାଇଛି। ଏନେଇ ମଙ୍ଗଳବାର ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର ଏକ ନିର୍ଦ୍ଦେଶନାମା ସବୁ ବିଭାଗର ସଚିବଙ୍କୁ ପ୍ରଦାନ କରିଛନ୍ତି। ସେଥିରେ ସେ ଦର୍ଶାଇଛନ୍ତି, ବିଭାଗ ପକ୍ଷରୁ ଜାନୁଆରୀ ୧୭ରେ ଏକ ନିର୍ଦ୍ଦେଶନାମା ଜାରି ହୋଇଥିଲା। ନିର୍ଦ୍ଦେଶନାମାରେ ଜାନୁଆରୀ ୩୧ ମଧ୍ୟରେ ଅନୁଦାନ ଆଦେଶ (ସାଙ୍କ୍‌ଶନ ଅର୍ଡର) ଦେବାକୁ କୁହାଯାଇଥିଲା। କାରଣ ଅନୁଦାନ ନିର୍ଦ୍ଦେଶ ଯଦି ଏକସମୟରେ ସବୁ ବିଭାଗର ବିଭିନ୍ନ ପ୍ରକଳ୍ପରୁ ଆସିବ, ତେବେ ଅର୍ଥ ବିଭାଗ ଏବଂ ରାଜକୋଷ ଉପରେ ଚାପ ପଡ଼ିବ। ଏସବୁକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଥିଲା। ମାତ୍ର ସରକାରଙ୍କ ନିଷ୍ପତ୍ତିକ୍ରମେ ଏହି ଅବଧିକୁ ବୃଦ୍ଧି କରାଯାଇଛି। ଜାନୁଆରୀ ୩୧ ପରିବର୍ତ୍ତେ ଫେବୃଆରୀ ୨୭କୁ ବୃଦ୍ଧି କରାଯାଇଛି। ତେବେ ୨୭ ପରେ କୌଣସି ଅନୁଦାନ ଆଦେଶକୁ ବିଚାରକୁ ନିଆଯିବନାହିଁ। ସେହିପରି ଉକ୍ତ ଅବଧି ମଧ୍ୟରେ ସବୁ ବିଭାଗର ଆଲଟ୍‌ମେଣ୍ଟ କାର୍ଯ୍ୟ ଓ ବଳକା ଅର୍ଥ ସମର୍ପଣ(ସରେଣ୍ଡର) କରିବାକୁ ପ୍ରମୁଖ ସଚିବ ପତ୍ରରେ ଦର୍ଶାଇଛନ୍ତି। ସେ ଆହୁରି ଦର୍ଶାଇଛନ୍ତି, କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ବାବଦରେ ବଜେଟରେ ବ୍ୟବସ୍ଥା ହୋଇଥିବା ଅର୍ଥକୁ ରସିଦ୍‌ ଜରିଆରେ ସମର୍ପଣ କରିବାର ଆବଶ୍ୟକତା ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri