ଜାତୀୟ ରାଜପଥରେ ମରଣାନ୍ତକ ଆକ୍ରମଣ କରି ଲୁଟ୍‌: ୨ ଗୁରୁତର

ଅତାବିରା, ୧୩।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅଞ୍ଚଳରେ କିଛି ଦିନ ହେଲା ଅପରାଧ ବଢ଼ିବାରେ ଲାଗିଛି l ୨ ଦିନ ହେବ ସ୍ଥାନୀୟ ଥାନା ଅନ୍ତର୍ଗତ ସରଣ୍ଡା ମହାପାତ୍ର ପଡ଼ା ଗ୍ରାମବାସୀ ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବ୍ୟାଘାତ ହେଉଥିବା ନେଇ ଥାନାରେ ଲିଖିତ ଭାବେ ଜଣାଇଦେଇଥିଲେ l ପୋଲିସ ସରଣ୍ଡାରେ ପହଞ୍ଚି ତଦନ୍ତ କରିଥିଲେ l ତେବେ ବରଗଡ଼-ସମ୍ବଲପୁର ୫୩ ନମ୍ବର ଜାତୀୟ ରାଜପଥର ସରଣ୍ଡା ଶଂଖୋଳିଆ ରାଇସ ମିଲ ପାଖରେ ଅତାବିରାର ୨ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ ହୋଇଥିବା ଖବର ଆସିଛି l

ଘଟଣାରୁ ପ୍ରାପ୍ତ ଖବର ଅନୁସାରେ, ଅତାବିରାରେ ଏକ କପଡ଼ା ଦୋକାନ ଦେଇଥିବା ଶୁଭମ ଗୁପ୍ତା ଓ ତାଙ୍କ ସହକାରୀ ରୋହିତ କୁମାର ସୋମବାର ରାତ୍ରିରେ ଦୋକାନ ବନ୍ଦ କରି ସରଣ୍ଡାର ଏକ ଢ଼ାବାକୁ ରାତ୍ରି ଭୋଜନ ପାଇଁ ଯାଉଥିଲେ l ରାତ୍ରି ପ୍ରାୟ ୧୦ଟା ସମୟରେ ଜାତୀୟ ରାଜପଥ ଉପରେ ସେମାନେ ଲୁଟ ସହ ଆକ୍ରମଣର ଶିକାର ହୋଇଥିଲେ l ସେମାନଙ୍କୁ ଦଳବଦ୍ଧ ଭାବେ ଦୁର୍ବୃତ୍ତମାନେ ଆକ୍ରମଣ କରିବା ଫଳରେ ୨ ଜଣଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତାକ୍ତ ହୋଇଛି l କୌଣସି ପ୍ରକାରେ ସେମାନେ ଦୁର୍ବୁତ୍ତମାନଙ୍କଠାରୁ ମୁକୁଳି ଅତାବିରାର ସମ୍ପର୍କୀୟ କଳ୍ପେଶ ପଟେଲଙ୍କୁ ଫୋନ କରି ଜଣାଇଥିଲେ l ତୁରନ୍ତ କଳ୍ପେଶଙ୍କ ସହ ବିନୟ କୁମାର ଦାଶ, ଆଦର୍ଶ ପଣ୍ଡା ଏବଂ ଅନ୍ୟମାନେ ଆହତଙ୍କ ପାଖକୁ ପହଞ୍ଚି ଅତାବିରା ଡାକ୍ତରଖାନା ଆଣି ଥିଲେ l ଏବଂ ଅତାବିରା ପୋଲିସକୁ ଫୋନ କରି ଜଣାଇଥିଲେ l ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଅତାବିରାରୁ ବରଗଡର ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ l ସେଠାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା l ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ବୁର୍ଲାରୁ ପୁଣି ଆଜି ମଙ୍ଗଳବାର ସକାଳୁ ଛତିଶଗଡ ରାଜ୍ୟ ରାୟପୁରସ୍ଥିତ ଏକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?