ମରଣାନ୍ତକ ଆକ୍ରମଣ ଘଟଣା: ଜେଲ ଗଲେ ମା’ ପୁଅ

ଦିଗପହଣ୍ଡି,୧୩।୧୦,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମାର୍କଣ୍ଡ ସେଠୀ(୬୭) ନାମକ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ସୋମବାର ନରେନ୍ଦ୍ରପୁର ଗ୍ରାମର ପି. କୁରି ରେଡ୍ଡୀ ଏବଂ ତାଙ୍କ ପୁଅ ପି.କହ୍ନେଇ ରେଡ୍ଡୀ ଓରଫ କାହ୍ନାଙ୍କୁ ଗିରଫ କରି ଅପରାହ୍ନରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୩୬୭/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ମା’ପୁଅଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି। ତଦନ୍ତକାରୀ ଅଧିକାରୀ ଏସ.ଆଇ ରାଜ କିଶୋର ପାତ୍ରଙ୍କ ସୂଚନାନୁସାରେ ଗତ ଗୁରୁବାର ସକାଳ ପ୍ରାୟ ୬ ଟାରେ କାହ୍ନା ତାଙ୍କ ଜମି ହିଡରୁ ମାଟି ଖୋଳି ପଡ଼ିଶା ଜମିରେ ଥିବା ମାର୍କଣ୍ଡ ଙ୍କ ଧାନ ଗଛ ଉପରେ ପକାଇଥିବା ସେ ଜାଣିବାକୁ ପାଇଥିଲେ। ସକାଳ ପ୍ରାୟ ୯ ଟାରେ ମାର୍କଣ୍ଡ କାହ୍ନାଙ୍କ ଘରକୁ ଯାଇ ପଚାରିବାରୁ ଏଥିରେ ଉତ୍ତେଜିତ ହୋଇ ସେ ତାଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ପ୍ରତିବାଦ କରିବାରୁ କାହ୍ନାଙ୍କ ମା’ କୁରି ମାର୍କଣ୍ଡଙ୍କୁ ଠେଲା ପେଲା କରି ଜାବୁଡ଼ି ଧରିଥିଲେ। କାହ୍ନା ଘର ଭିତରୁ ଏକ ବାଉଁଶ ଠେଙ୍ଗା ଆଣି ମାର୍କଣ୍ଡଙ୍କ ମୁଣ୍ଡ ଫଟାଇ ଦେଇଥିଲେ। ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସା ପରେ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତ ଦ୍ବୟଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। କାହ୍ନା ତାଙ୍କ ଘର ବାରି ପଟେ ଲୁଚାଇ ରଖିଥିବା ବାଉଁଶ ଠେଙ୍ଗାକୁ ପୋଲିସ ଜବତ କରିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?