ସାଂଘାତିକ ଗୋଷ୍ଠୀ ସଂଘର୍ଷ:୩ ମହିଳା ସହ ୫ ଜଣଙ୍କୁ ନିର୍ମମ ହତ୍ୟା, ୪ ଗୁରୁତର

ସୁନ୍ଦରଗଡ,୩୦/୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗୀତାପଡାରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ତିନି ଜଣ ମହିଳାଙ୍କ ସହ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଓ ୪ ଜଣ ଆହତ ହୋଇଛନ୍ତି।

 

ପରକିୟା ପ୍ରୀତିକୁ ନେଇ ଗୋଟିଏ ଗୋଷ୍ଠୀ ବିଳମ୍ବିତ ରାତିରେ ୫ ଜଣଙ୍କୁ ମାରଣାସ୍ତ୍ରରେ ଅତି ନିର୍ମମ ଭାବରେ ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି।ଆହତମାନଙ୍କୁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 

ମିଳିଥିବା ଖବର ଅନୁସାରେ, ଆକ୍ରମଣ କରିଥିବା ଗୋଷ୍ଠୀ ଜଣେ ମହିଳା ଓ ଦୁଇ ଶିଶୁଙ୍କୁ ନେଇ ଫେରାର ଥିବାର ଜଣାପଡିଛି। ଘଟଣାସ୍ଥଳରେ ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଓ ସୁନ୍ଦରଗଡ଼ ଏସପି ପ୍ରତ୍ୟୁଷ ଦିବାକର ସଦରଥାନା ପୋଲିସ ସାଇଣ୍ଟିଫିକ୍ ଟିମ ସହ ପହଂଚି ଘଟଣାର ତଦନ୍ତ କରିବାସହ ହତ୍ୟାକାରୀଙ୍କୁ ଧରିବା ପାଇଁ ତନାଘନା ଚଳାଇଛନ୍ତି।

 

ଗତକାଲି ରାତି ପ୍ରାୟ ୧୧ଟା ସମୟରେ ପରିବାରର ସମସ୍ତେ ଶୋଇଥିବା ସମୟରେ ହଠାତ୍ କିଛି ଜଣ ଲୋକ ଆସି ମୃତକଙ୍କ ଉପରେ ଭୁଜାଲି,ଖଣ୍ଡା ଦ୍ବାରା ଆକ୍ରମଣ କରିଥିଲେ। ଯାହା ଫଳରେ ତିନି ମହିଳାଙ୍କ ସହିତ ପାଞ୍ଚ ଜଣଙ୍କ ଘଟଣାସ୍ଥଳ ରେ ମୃତ୍ୟୁ ଘଟିଥିବା ବେଳେ ଦୁଇ ଶିଶୁଙ୍କ ସମେତ ଅବିନାଶ ଓ ଅନ୍ୟ ଜଣେ ସ୍ତ୍ରୀ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଗତ କିଛି ମାସରୁ ମହାରାଷ୍ଟ୍ରର ୱାର୍ଦ୍ଧା ଅଞ୍ଚଳର କିଛି ଲୋକ ଆସି କରମଡିହି ଗୀତାପଡ଼ାରେ ନ ତମ୍ବୁ ଲଗାଇ ରହି ଆସୁଛନ୍ତି । ସେ ମଧ୍ୟରୁ ଜଣେ ଅବିନାଶ ପାୱାରଙ୍କ ପ୍ରଥମ ସ୍ତ୍ରୀ ଗୋଟେ ପୁଅ ଏବଂ ତାକୁ ଛାଡି ଅନ୍ୟ କାହା ସହିତ ପଳାଇବା ପରେ ଅବିନାଶ ଆଉ ଜଣେ ମହିଳାଙ୍କୁ ଆଣିଥିଲା । ପୂର୍ବ ସ୍ତ୍ରୀ ପଟରୁ ଗୋଟିଏ ପୁଅ ଏବଂ ଦ୍ବିତୀୟ ସ୍ତ୍ରୀ ପଟରୁ ଦୁଇଟି ସନ୍ତାନ ରହିଛନ୍ତି । ତେବେ ଦ୍ବିତୀୟ ସ୍ତ୍ରୀଙ୍କୁ ଆଉ ଏକ ଗୋଷ୍ଠୀ ସହିତ ବିବାଦ ଲାଗି ରହିଥିଲା। ଘଟଣା ଘଟାଇବା ପରେ ଆକ୍ରମଣକାରୀ ନିଜର ଦ୍ବିତୀୟ ସ୍ତ୍ରୀ ଓ ଦୁଇ ଶିଶୁଙ୍କୁ ନେଇ ଫେରାର ମାରିଛନ୍ତି । ଖବର ପାଇ ସଦର ଥାନା ପୋଲିସ ପହଂଚି ସେମାନଙ୍କୁ ଧରିବା ପାଇଁ ତନାଘନା ଚଳାଇ ଥିବା ବେଳେ ସଦର ଏସଡିପିଓ, ଏସପି ଏବଂ ଡିଆଇଜି ପଶ୍ଚିମାଞ୍ଚଳ ଡାକ୍ତରଖାନରେ ପହଞ୍ଚି ତଦନ୍ତ କରିଛନ୍ତି । ବର୍ତ୍ତମାନ ପୋଲିସର ଦୁଇଟି ଟିମ୍ ଆକ୍ରମଣକାରୀଙ୍କୁ ଧରିବା ପାଇଁ ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଜାରି ରଖିଛନ୍ତି ।ପୋଲିସ ପକ୍ଷରୁ ଚାରି ପ୍ଲାଟୁନ ଫୋର୍ସର ମୁତୟନ କରି ପୋଲିସ ସବୁ ଦିଗରୁ ଯାଞ୍ଚ କରିବା ସହ ହତ୍ୟାକାରୀଙ୍କୁ ଖୋଜାଖୋଜି କରୁଛି। ବିଭିନ୍ନ ବସଷ୍ଟାଣ୍ଡ, ରେଳଷ୍ଟେସନ ଗୁଡିକରେ ପୋଲିସ ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri