ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ ଗୃହକାର୍ଯ୍ୟ ନିମନ୍ତେ ୫୫ ହଜାର ଟଙ୍କା ଧାର ନେଇଥିଲେ। ପ୍ରତିଶ୍ରୁତି ମୁତାବକ ନିର୍ଦ୍ଧାରିତ ସମୟରେ ସନ୍ତୋଷ ଧାର ଟଙ୍କା ପରିଶୋଧ ନକରିବାରୁ ଚନ୍ଦନ ନିଜର ଅସନ୍ତୋଷ ପ୍ରକାଶ କରିବା ସହ ସୋମବାର ସନ୍ତୋଷଙ୍କୁ ତୁରନ୍ତ ଟଙ୍କା ପ୍ରଦାନ କରିବାକୁ କହିଥିଲେ। ସନ୍ତୋଷ ଟଙ୍କା ଫେରସ୍ତ ନେବାକୁ ଚନ୍ଦନଙ୍କୁ ରାତି ପ୍ରାୟ ୯ ଟାରେ ତାଙ୍କ ଦୋକାନକୁ ଡକାଇଥିଲେ।ଚନ୍ଦନ ସେଠାରେ ପହଞ୍ଚିବା ପରେ ଉଭୟଙ୍କ ମଧ୍ୟରେ ଟଙ୍କା ଦେଣନେଣକୁ ନେଇ ଯୁକ୍ତିତର୍କ ହୋଇଥିଲା। ଏଥିରେ ସନ୍ତୋଷ ଉତ୍ତେଜିତ ହୋଇ ଏକ ଛୁରୀରେ ଚନ୍ଦନଙ୍କ ପେଟକୁ ଭୂଷି ଦେବା ବେଳେ ସେ ଘୁଞ୍ଚି ଯିବାରୁ ଛୁରୀଟି ତାଙ୍କ ପଛ ପଟେ ବାଜି ରକ୍ତ ବାହାରିଥିଲା। ପରେ ସନ୍ତୋଷ ଏବଂ ତାଙ୍କ ସାଙ୍ଗ ଚେରୁ ରାଉଳ ଚନ୍ଦନଙ୍କୁ ଗାଁରେ ମରଣାନ୍ତକ ଆକ୍ରମଣ କରିଥିଲେ।ଚନ୍ଦନଙ୍କୁ ପରିବାର ଲୋକେ ଉଦ୍ଧାର କରି ନିକଟସ୍ଥ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ସେ ଘରକୁ ଫେରିଥିଲେ।ଘଟଣାର ପରଦିନ ଚନ୍ଦନଙ୍କ ଭାଇ ଦୀପକ ସ୍ବାଇଁ ପାଟପୁର ଥାନାରେ ପହଞ୍ଚି ଏତଲା ଦେଇଥିଲେ।ଏତଲାକୁ ଭିତ୍ତିକରି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା ନଂ.୧୭୪/୨୬ ଅନୁଯାୟୀ ଅଭିଯୁକ୍ତ ଦ୍ବୟଙ୍କ ନାଁରେ ମକଦ୍ଦମା ରୁଜୁ କରିଥିଲେ।ବୁଧବାର ତଦନ୍ତକାରୀ ଅଧିକାରୀ ଏସ.ଆଇ ସୋଲେମାନ ଭୁଁୟା ଅଭିଯୁକ୍ତ ଦ୍ବୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତଙ୍କ ନିକଟରୁ ହତ୍ୟା ଉଦ୍ୟମ ମାମଲାରେ ବ୍ୟବହୃତ ଛୁରୀକୁ ତଦନ୍ତକାରୀ ଅଧିକାରୀ ଜବତ କରିଥିବା କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?