ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା, ୧୫ ମୃତ, ବହୁ ଆହତ…

ଇସଲାମାବାଦ,୬।୮ : ପାକିସ୍ତାନରେ ଏକ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିଛି। ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ, ରାୱଲପିଣ୍ଡିରୁ ଚାଲୁଥିବା ହଜାରା ଏକ୍ସପ୍ରେସର ଦଶଟି କୋଚ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ଜଣଙ୍କର ମୃତ୍ୟୁ ହୋଇଛି। ପାଖାପାଖି ୫୦ ଜଣ ଆହତ ହୋଇଥିବା ଖବର ରହିଛି।

ସାହାରା ରେଳ ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଷ୍ଟେଶନ ଶାହାଜାଦପୁର ଏବଂ ନବାବଶାହା ମଧ୍ୟରେ ଅବସ୍ଥିତ ।
ଏହି ଦୁର୍ଘଟଣାରେ ପ୍ରଭାବିତ ଲୋକଙ୍କୁ ନବାବଶାହା ମେଡିକାଲରେ ଭର୍ତ୍ତି କରାଯାଇଛି। ଟ୍ରେନ ଲାଇନଚ୍ୟୁତ ହେବାର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଅଧିକାରୀମାନେ ତଦନ୍ତ କରୁଛନ୍ତି।

ପାକିସ୍ତାନୀ ଗଣମାଧ୍ୟମ ପାକିସ୍ତାନ ରେଳ ବିଭାଗର ବିଭାଗୀୟ ଅଧୀକ୍ଷକ ସୁକୁର ମହମ୍ମଦୁର ରେହମାନଏମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।
ପୋଲିସ କହିଛି ଦୁର୍ଘଟଣା ଗ୍ରସ୍ତ ବଗିରୁ ଯାତ୍ରୀଙ୍କୁ ସ୍ଥାନାନ୍ତର କରାଯାଇଛି। ନିକଟସ୍ଥ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି।
ଏହି ଦୁର୍ଘଟଣାର ଶିକାର ହୋଇଥିବା ହଜାରା ଏକ୍ସପ୍ରେସରେ ଚଳିତ ବର୍ଷ ମାର୍ଚ୍ଚରେ ହାଭେଲିଆନ-କରାଚି ଟ୍ରେନର ସମାନ ଇଞ୍ଜିନ ଲଗାଯାଇଥିଲା। ରେଳ ଅଧିକାରୀଙ୍କ ଅବହେଳା ଯୋଗୁ ମାର୍ଚ୍ଚରେ ଏହି ଟ୍ରେନ ଭୟଙ୍କର ଦୁର୍ଘଟଣାର ଶିକାର ହେବାରୁ ଅଳ୍ପକେ ବର୍ତ୍ତି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri