ହୋଟେଲରେ ଡିଲ୍‌ ଚାଲିଥିବା ବେଳେ ଜବତ ହେଲା ହାତୀ ଦାନ୍ତ

ସମ୍ବଲପୁର,୭ା୭(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବାସନ୍ତି ଲଜ୍‌ରେ ହାତୀଦାନ୍ତ ଡିଲ୍‌ ବେଳେ ବନ ବିଭାଗ ଚଢାଉ କରି ୩ଜଣଙ୍କୁ ଅଟକ ରଖିଛି। ତଦନ୍ତରେ ବାଧା ସୃଷ୍ଟିହେବା ଆଶଙ୍କା କରି ବିଭାଗ ପକ୍ଷରୁ ସେମାନଙ୍କ ନାମ ପ୍ରକାଶ କରାଯାଇ ନାହିଁ। ସମ୍ବଲପୁର ଓ ବୌଦ୍ଧ ବନଖଣ୍ଡର ମିଳିତ ଟିମ୍‌ ଏହି ଚଢ଼ାଉ କରିଥିଲେ। ଅଭିଯୁକ୍ତଙ୍କଠାରୁ ୨ ହାତୀ ଦାନ୍ତ ଜବତ ହୋଇଛି। ଘଟଣାସ୍ଥଳରୁ ୨ ଅଭିଯୁକ୍ତ ଫେରାର ହୋଇଯାଇଥିବା ସମ୍ବଲପୁର ବନଖଣ୍ଡ କାର୍ଯ୍ୟାଳୟରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଡିଏଫ୍‌ଓ ବିଶ୍ୱନାଥ ନୀଳାମ୍ବର ସୂଚନା ଦେଇଛନ୍ତି।
ସେ ଆହୁରି କହିଥିଲେ, ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଧୀନରେ ଏକ ଦନ୍ତାହାତୀ ଶିକାର କରାଯାଇଥିଲା। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ତଦନ୍ତ ବେଳେ ବାସନ୍ତି ହୋଟେଲରେ ହାତୀ ଦାନ୍ତ ଡିଲ୍‌ ହେଉଥିବାର ଖବର ମିଳିଥିଲା। ପରେ ମିଳିତ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ଅନ୍ୟପକ୍ଷେ ବୌଦ୍ଧ ବନଖଣ୍ଡ ବଗିଆପଡା ଭୁର୍କିପଡା ଜଙ୍ଗଲରେ ମେ ୨୪ରେ ଏକ ଗଳିତ ଦନ୍ତାର ମୃତଦେହ ଉଦ୍ଧାର ହୋଇଥିଲା। ଅଭିଯୁକ୍ତମାନେ ଦାନ୍ତ ପାଇଁ ହାତୀ ଶିକାର କରିଥିବା ଏବଂ ଜବତ ଦାନ୍ତ ଉକ୍ତ ହାତୀର ବୋଲି ସ୍ବୀକାର କରିଥିଲେ। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ଅଟକ ଥିବା ସମସ୍ତ ଅଭିଯୁକ୍ତ ଓଡ଼ିଆରେ କଥାବାର୍ତ୍ତା ହେଉଥିଲେ। ଦାନ୍ତ କାହାକୁ ବିକ୍ରି କରୁଥିଲେ ବା କେଉଁମାନେ ଗ୍ରାହକ ଅଛନ୍ତି ସେ ନେଇ ତଦନ୍ତ କରାଯାଉଛି। ପଡିଆବାହାଲ ରେଞ୍ଜ ଅଧୀନରେ ଘଟିଥିବା ଘଟଣାର ମଧ୍ୟ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଡିଏଫ୍‌ଓ କହିଛନ୍ତି। ଖବରଦାତା ସମ୍ମିଳନୀରେ ବୌଦ୍ଧ ଡିଏଫ୍‌ଓ ଦେବପ୍ରିୟ କମ୍ପ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri