କପି ପାଇଁ ଡିଲ୍‌

ନିମାପଡ଼ା,୧୨।୩(ଡି.ଏନ୍‌.ଏ.): ଚଳିତ ମାଟ୍ରିକ ପରୀକ୍ଷାରେ କପି ପାଇଁ ଡିଲ୍‌ ହୋଇଥିବା ଚର୍ଚ୍ଚା ହେଉଛି। ଏନେଇ ପ୍ରଧାନଶିକ୍ଷକ ଏବଂ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ହୋଇଥିବା ଟେଲିଫୋନ ବାର୍ତ୍ତାଳାପର ଅଡିଓ ଭାଇରାଲ ହେବା ପରେ ଆଲୋଡ଼ନ ସୃଷ୍ଟି ହୋଇଛି। ଖୋଦ୍‌ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ବାଚନ ମଣ୍ଡଳୀର ଏକ ସ୍କୁଲରେ କପି ପାଇଁ ଏଭଳି ଡିଲ୍‌ ହୋଇଥିବା କୁହାଯାଉଛି। ଏହାର ତଦନ୍ତ ପାଇଁ ମନ୍ତ୍ରୀ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)କୁ ନିର୍ଦ୍ଦେଶ ଦେଇଛନ୍ତି।
ପୁରୀ ଜିଲା ନିମାପଡ଼ା ବ୍ଲକର ଏକ ସ୍କୁଲରେ ଚାଲିଥିବା ମାଟ୍ରିକ ପରୀକ୍ଷାରେ କପି କରିବାକୁ ସୁଯୋଗ ଦେବା ନିମନ୍ତେ ପ୍ରଧାନଶିକ୍ଷକ ଏବଂ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ସଲାସୁତରା ଓ ଅର୍ଥ କାରବାର ହୋଇଥିବା ଉକ୍ତ ଭାଇରାଲ ଅଡିଓରୁ ଜଣାପଡ଼ିଛି। ଏହି ସ୍କୁଲରେ ଏକ ମୁକ୍ତ ବିଦ୍ୟାଳୟର ୬୧ଜଣ ପରୀକ୍ଷାର୍ଥୀ ଶୁକ୍ରବାର ସାହିତ୍ୟ ବିଷୟରେ ପରୀକ୍ଷା ଦେଇଛନ୍ତି। ଚର୍ଚ୍ଚା ହେଉଛି ଯେ, ସ୍କୁଲ ବାହାରେ କଡ଼ା ସିକ୍ୟୁରିଟି ବ୍ୟବସ୍ଥା ଥିବାବେଳେ ଭିତରେ କେତେଜଣ ଶିକ୍ଷକ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇଛନ୍ତି। ଏଥିପାଇଁ କୁଆଡ଼େ ଜଣେ ଜଣେ ପରୀକ୍ଷାର୍ଥୀଙ୍କଠାରୁ ୨ରୁ ୩ ହଜାର ଟଙ୍କା ଆଦାୟ ହୋଇଥିବା କୁହାଯାଉଛି।
ଏ ସମ୍ପର୍କରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ପଚରାଯିବାରୁ ସେ କହିଛନ୍ତି, ଭାଇରାଲ ହୋଇଥିବା ଅଡିଓର କୌଣସି ସତ୍ୟତା ନାହିଁ। ଏହା ଏକ ଷଡ଼ଯନ୍ତ୍ର। ସ୍କୁଲ ଏବଂ ତାଙ୍କୁୁ ବଦନାମ କରିବା ପାଇଁ ଏହା ଉଦ୍ଦିଷ୍ଟ। କପି ପାଇଁ କୌଣସି ଡିଲ୍‌ ହୋଇନାହିଁ କି ସେ ଏନେଇ କାହା ସହିତ କଥା ହୋଇନାହାନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଦାଶ କହିଛନ୍ତି ଯେ ଉକ୍ତ ଅଡିଓ ସମ୍ପର୍କରେ ୩ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ସେ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସୋମବାରରୁ ପରୀକ୍ଷା କଡ଼ାକଡ଼ି କରାଯିବ, ପରୀକ୍ଷା କେନ୍ଦ୍ରଗୁଡ଼ିକୁ ସେଣ୍ଟ୍ରାଲ ସ୍କ୍ବାଡ୍‌ ପଠାଯିବାକୁ ସେ ବୋର୍ଡ ସଭାପତିଙ୍କୁ କହିଛନ୍ତି। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସ୍ବଚ୍ଛତା ଅବଲମ୍ବନ କରାଯାଇଛି। ପରୀକ୍ଷାର୍ଥୀମାନେ ଶୃଙ୍ଖଳାର ସହ ପରୀକ୍ଷା ଦେଉଛନ୍ତି ବୋଲି ମନ୍ତ୍ରୀ ଦାଶ କହିଛନ୍ତି। କପି ହେବା କଥାକୁ ମନ୍ତ୍ରୀ ଅସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri