‘ନୂଆପଡ଼ା ପାଇଁ ନୂଆଦିଲ୍ଲୀରେ ସରିଛି ଡିଲ୍‌’

ଭୁବନେଶ୍ୱର,୩ା୧୧(ରବିନାରାୟଣ ଜେନା): ନୂଆପଡ଼ା ଉପନିର୍ବାଚନ ପାଇଁ ନୂଆଦିଲ୍ଲୀରେ ଡିଲ୍‌ ହୋଇସାରିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ରବିବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି, ଗୋଟିଏ ପଟେ ଭାଜପା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ବିଜେଡିର ମୁଖ୍ୟ ଭି. କେ. ପାଣ୍ଡିଆନ ଏକତ୍ର ମିଶି କଂଗ୍ରେସ ବିରୋଧରେ ନିର୍ବାଚନ ଲଢ଼ୁଛନ୍ତି। ବୈଷ୍ଣବ ଏବଂ ପାଣ୍ଡିଆନଙ୍କ ବୁଝାମଣା ଅନୁଯାୟୀ,ବିଜେଡିର ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିଛି। ବିଜେଡି ଜାଣିଶୁଣି ସ୍ଥାନୀୟ କର୍ମକର୍ତ୍ତାଙ୍କୁ ପ୍ରାର୍ଥୀ ନ ଦେଇ ବାହାର ଜିଲାର ନେତ୍ରୀଙ୍କୁ ପ୍ରାର୍ଥୀ କରିଛି। ଉଭୟ ଦଳର ଲକ୍ଷ୍ୟ ହେଲା ଭାଜପା ପ୍ରାର୍ଥୀଙ୍କୁ ଜିତାଇବା।
ସେ କହିଛନ୍ତି, ପୂର୍ବରୁ ବିଜେଡି-ଭାଜପାର ମିଳିତ ସରକାର ଥାଇ ମଧ୍ୟ ତଳସରା ଓ ଲକ୍ଷ୍ମୀପୁର ଉପନିର୍ବାଚନ କଂଗ୍ରେସ ଜିତିଥିଲା। ଏଥର ମଧ୍ୟ କଂଗ୍ରେସ ପ୍ରାର୍ଥୀ ନୂଆପଡ଼ାରେ ବିଜୟୀ ହେବେ। ନବୀନ ପଟ୍ଟନାୟକ କେବଳ ଦୋଷ ଘୋଡ଼ାଇବା ପାଇଁ ଭାଜପା ସହିତ ଆମେ ନାହୁଁ ବୋଲି କହୁୁଛନ୍ତି।
ହେଲେ ତାଙ୍କ କଥା ଓ ଆନ୍ତରିକତା ଭିତରେ ଯେଉଁ ବ୍ୟବଧାନ ରହିଛି ତାହାକୁ ରାଜ୍ୟବାସୀ ସମସ୍ତେ ବୁଝି ସାରିଛନ୍ତି ବୋଲି ଜେନା କହିଛନ୍ତି। ଏହି ଅବସରରେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ କହିଛନ୍ତି, ବିଜେଡି ନିର୍ବାଚନ ଲଢ଼ିବାର ଅଭିନୟ କରୁଛି। କେମିତି କିଛି ସମ୍ମାନଜନକ ଭୋଟ ସଂଖ୍ୟା ହାସଲ ହେବ ସେଥିପାଇଁ ତାଙ୍କର ପ୍ରୟାସ। କିନ୍ତୁ କଂଗ୍ରେସ ସାମାଜିକ ନ୍ୟାୟ ଏବଂ ସାମୂହିକ ବିକାଶକୁ ଗୁରୁତ୍ୱ ଦେଉଛି ବୋଲି ସେ କହିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?