ଡିଲରଙ୍କ ଲାଇସେନ୍ସ ଅବଧି ବଢ଼ିଲା

କଟକ ଅଫିସ,୨୫ା୭: ଲାଇସେନ୍ସ ନବୀକରଣ ପ୍ରସଙ୍ଗରେ ରାଜ୍ୟର ପ୍ରାୟ ୨ ହଜାର ୫୯୦ ଜଣ ଡିଲରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସାନି ଉଚ୍ଛେଦ ହୋଇଥିବା ଏହି ଡିଲରଙ୍କ ଲାଇସେନ୍ସକୁ ନବୀକରଣ କରାଯାଇଥିବା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ହାଇକୋର୍ଟରେ ଜବାବ ରଖିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା କୁହାଯାଇଛି। କରୋନା ସଂକ୍ରମଣ ଜନିତ ସମସ୍ୟାକୁ ଦେଖି ଖାଉଟି ସାମଗ୍ରୀର ବଣ୍ଟନ ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବିଭାଗ ଯୁକ୍ତି ରଖିଛି।
ବିବରଣୀରୁ ପ୍ରକାଶ ଯେ, ଲାଇସେନ୍ସ ଅବଧି ଥିଲେ ମଧ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବ ଗତ ମାର୍ଚ୍ଚରେ ଏହି ଡିଲରମାନଙ୍କୁ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଜାରି କରିଥିଲେ। ଡିଲରମାନଙ୍କ ପଏଣ୍ଟ ଅଫ୍‌ ସେଲ୍‌ (ପିଓଏସ୍‌) ମେଶିନ୍‌ରେ ଖାଉଟିଙ୍କ ଉପସ୍ଥାନ ନିର୍ଦ୍ଧାରିତ ମାନଦଣ୍ଡଠାରୁ କମ୍‌ ଥିବା ଦର୍ଶାଇ ଏହି ନିଷ୍ପତ୍ତି ନିଆଯାଇଥିବା ବିଭାଗ କହିଥିଲା। ଏହି ନିର୍ଦ୍ଦେଶକୁ ବିରୋଧକରି ବହୁ ଡିଲର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ବିଭାଗର ନିର୍ଦ୍ଦେଶକୁ ରଦ୍ଦ କରିଦେଇଥିଲେ। ଡିଲରଙ୍କ ପକ୍ଷ ନ ନେଇ ଏକତରଫା ନିଷ୍ପତ୍ତି ଉଚିତ ନୁହଁ ବୋଲି ହାଇକୋର୍ଟ କହିଥିଲେ। ଏଣୁ ଉଚ୍ଛେଦ ହୋଇଥିବା ଡିଲରମାନଙ୍କ ଲାଇସେନ୍ସକୁ ହାଇକୋର୍ଟ କାଏମ୍‌ ରଖିବା ସହ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ସେମାନେ ସାମଗ୍ରୀ ଯୋଗାଣ କରିପାରିବେ ବୋଲି କହିଥିଲେ। ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ରାଜ୍ୟ ସରକାର ସାନି ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଡିଲରମାନଙ୍କ ଲାଇସେନ୍ସକୁ ସାନି ନବୀକରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri