ଜାନୁୟାରୀରୁ ରାଶନ ବଣ୍ଟନ ବନ୍ଦ କରିବେ ଡିଲର

ସମ୍ବଲପୁର,୨୫।୧୨ (ଭବାନୀ ଶଙ୍କର ଭୋଇ): କରୋନା ଆରମ୍ଭରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ବଣ୍ଟନ କରିଥିବା ରାଶନ ବାବଦରେ ସରକାରୀ ନିଯୁକ୍ତ ଡିଲରମାନଙ୍କୁ କମିଶନ ମିଳି ନ ଥିବା ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ସମ୍ବଲପୁର ଜିଲା ସରକାରୀ ନିଯୁକ୍ତ ଡିଲର ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି।

ଡିଲରମାନଙ୍କୁ ମାସିକ ୫୦ ହଜାର ଟଙ୍କାର କମିଶନ ପ୍ରଦାନ, ସମସ୍ତ ଡିଲରଙ୍କୁ ୨୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା ପ୍ରଦାନ ଆଦି ୯ ଦଫା ଦାବି ପୂରଣ କରିବାକୁ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ସମୟ ପ୍ରଦାନ କରାଯାଇଛି।

ଦାବି ପୂରଣ ନ ହେଲେ ଆସନ୍ତା ଜାନୁୟାରୀ ପହିଲାରୁ ଡିଲରମାନେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଶନ ସମାଗ୍ରୀ ବିତରଣ ବନ୍ଦ ରଖିବେ ବୋଲି ଘୋଷଣା କରିଛନ୍ତି। ଅଖିଳ ଭାରତୀୟ ସରକାରୀ ନିଯୁକ୍ତ ଡିଲର ମହାସଂଘ ଆହ୍ବାନ କ୍ରମେ ସମ୍ବଲପୁର ଜିଲା ସଂଘ ପକ୍ଷରୁ ଏହି ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ଜିଲା ଯୋଗାଣ ଅଧିକାରୀ, ମହାନଗର ନିଗମ କମିଶନର ଓ ଜିଲାପାଳଙ୍କୁ ଦାବିପତ୍ର ଦିଆଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ସ୍ଥାନୀୟ ଅଗ୍ରସେନ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସଂଘର ଜିଲା ସଭାପତି ରତିକାନ୍ତ ମହାନ୍ତି, ଉପସଭାପତି ଅମିତ ଅଗ୍ରୱାଲ, ସାଧାରଣ ସମ୍ପାଦକ ଅନୱର ଅଲି, ଅଞ୍ଜଳି ନାୟକ, ଉମେଶ ଚନ୍ଦ୍ର ବଳ, ଦେବରାଜ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?