ଗଞ୍ଜାମ ସହରରେ ବଢୁଛି ନକଲି ଔଷଧ କାରବାର, ରୋଗୀ ହନ୍ତସନ୍ତ

ଗଞ୍ଜାମ,୨୫ା୬(ବିଦ୍ୟାଧର ସାହୁ): ଦିନକୁ ଦିନ ଗଞ୍ଜାମ ସହରରେ କାୟାବିସ୍ତାର କରିଚାଲିଛି ନକଲି ଔଷଧ। ସ୍ବାସ୍ଥ୍ୟ ବିଭାଗ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ସହରର କିଛି ଔଷଧ ଦୋକାନୀ। ଜଣେ ଫାର୍ମାସିଷ୍ଟଙ୍କ ଉପସ୍ଥିତିରେ ମେଡିସିନ ଷ୍ଟୋର ଖୋଲା ଔଷଧ ବିକ୍ରି କରିବା ପାଇଁ ନିୟମ ଥିଲେ ମଧ୍ୟ ତାହା ଏଠାରେ ବ୍ୟତିକ୍ରମ ହେଉଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଏହି ନକଲି ଔଷଧର ଚେର ଭୁବନେଶ୍ୱରରୁ ଗଞ୍ଜାମ ପର୍ଯ୍ୟନ୍ତ ଲମ୍ବିଥିବା ଚର୍ଚ୍ଚା ହେଉଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଜଣେ ବ୍ୟକ୍ତିଙ୍କୁ ଥଣ୍ଡା କିମ୍ବା କାଶ ହେଲେ କିଛି ମେଡିସିନ ଦୋକାନୀ ୩୦୦ରୁ ୪୦୦ ଟଙ୍କାର ମେଡିସିନ ଦେଉଥିବା ଜଣେ ବ୍ୟକ୍ତି ନିଜ ନାମ ଗୋପନ ରଖି ଗଣମାଧ୍ୟମକୁ କହିଛନ୍ତି। ଯାହା ଫଳରେ ଗରିବ ଜନସାଧାରଣ ବହୁତ ହଇରାଣ ହରକତ ହେଉଛନ୍ତି। ଏହାର ତଦାରଖ ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡ୍ରଗ୍ସ ଇନ୍ସପେକ୍ଟର ନିଯୁକ୍ତି କରାଯାଇଛି ଏବଂ ପ୍ରତି ମାସରେ ଥରେ ଏହି ସବୁ ବ୍ୟବସ୍ଥାକୁ ତଦାରଖ କରିବା ନିୟମ ଥିଲେ ମଧ୍ୟ ତାହା ଏଠାରେ ଉକ୍ତ ନିୟମ କାର୍ଯ୍ୟକାରୀ ହେଉ ନ ଥିବା ସହରରେ ବେଶ ଆଲୋଚନା ହେଉଛି। ମେଡିସିନର ମାନ ଯାଞ୍ଚ ନ ହେବାରୁ କିଛି ଔଷଧ ଦୋକାନରେ ନକଲି ଔଷଧ ରଖି ବ୍ୟବସାୟ କରି ଦୋକାନୀ ମାଲାମାଲ ହେଉଥିବା ବେଳେ ଏଠି ରୋଗୀ ହନ୍ତସନ୍ତ ହେବାର ଦେଖିବାକୁ ମିଳୁଛି। ସେଥିମଧ୍ୟରୁ ପ୍ରାୟ ଔଷଧ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଉଥିବାର ମଧ୍ୟ ଅଭିଯୋଗ ହେଉଛି। ଡ୍ରଗ୍ସ ଅଧିକାରୀ ଏହା ଉପରେ ଦୃଷ୍ଟି ଦେଇ ଯାଞ୍ଚ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri